ମଙ୍ଗଳବାର ରାଶିଫଳ(୨୮/୦୯/୨୦୨୧)

ମେଷ : ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଦେବ ଦର୍ଶନର ସୌଭାଗ୍ୟ ଅଛି। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି।

ବୃଷ : ନିସ୍ବାର୍ଥପର ହେବେ। ନ୍ୟାୟ ପଥରୁ ବିଚ୍ୟୁତ ହେବେ ନାହିଁ। ବିବିଧ ଉପାୟରେ ଧନ ଅର୍ଜନ କରିପାରନ୍ତି। କୀର୍ତ୍ତିମାନ୍‌ ହେବେ। ମନ ଚଞ୍ଚଳ ରହିବ। ସୁସ୍ଥ ଓ ନିରାମୟ ରହିବେ। ଅତି ସୁଖୀ ଓ ସହିଷ୍ଣୁ ହୋଇପାରନ୍ତି।

ମିଥୁନ : ଆୟ ବୃଦ୍ଧିର ସୂଚନା ମିଳୁଛି। ସରକାରୀ କିମ୍ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ।

କର୍କଟ : ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ବନ୍ଧୁ ବିରୋଧର ସମ୍ମୁଖୀନ ହେବେ। ସନ୍‌ମାର୍ଗୀ ହେବେ। ଉଚ୍ଚାସନ ମିଳିପାରେ।

ସିଂହ : ଆୟ ବୃଦ୍ଧିର ସୂଚନା ମିଳୁଛି। ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। ସୁସମ୍ବାଦ ଶୁଣି ଖୁସି ହେବେ। ବିଭିନ୍ନ ସୂତ୍ରରୁ ଏପରିକି ସରକାରୀ ସ୍ତରରୁ ଅର୍ଥ ମିଳିପାରେ।

କନ୍ୟା : ଶୁଭ ଖବର ମିଳିପାରେ। କର୍ମକ୍ଷେତ୍ରକୁ ଉଳମୟ କରିପାରନ୍ତି। ଆର୍ଥିକ ସ୍ଥିତିରେ ଢେର ଉନ୍ନତି ଘଟିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ।

ତୁଳା : କାର୍ଯ୍ୟରେ ସଫଳତା ମିଳିବ। ଅଧିକ କ୍ଷମତା ପାଇ ତା’ର ସଦ୍‌ ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ ବିଜୟୀ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବିଛା : କର୍ମ ବିଧାନରେ ଦକ୍ଷତା ପ୍ରତିପାଦନ କରି ଲାଭବାନ୍‌ ହେବେ। ଜ୍ଞାନୀ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି। ବହୁତ ଶୁଣିବେ; ମାତ୍ର ଅଳ୍ପକେ ସାରକଥା କହିବେ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ।

ଧନୁ : ବହୁ ସୁଖଦାୟକ ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ରୁଚିକର ଭୋଜନରେ ଆପ୍ୟାୟିତ ହେବେ।

ମକର : ବିଚାର-ଆଲୋଚନା ଓ ସହାୟତା ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ସାରାଦିନ କାର୍ଯ୍ୟବ୍ୟସ୍ତ ରହିବାର ସୂଚନା ମିଳୁଛି।

କୁମ୍ଭ : ଅଧ୍ୟାପନାର ପ୍ରସ୍ତୁତି ପାଇଁ ଅଧ୍ୟୟନରତ ହୋଇପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୁଯୋଗ ଅଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି।

ମୀନ : ଆପଣଙ୍କ ଶ୍ରମର ମୂଲ୍ୟାଙ୍କନ ନ ହୋଇପାରେ। ଯାନବାହନ ସୁଖ ମିଳିବ। ବସ୍ତୁ ବ୍ୟବସାୟ ଲାଭଦାୟକ ହେବ। ଦେବାଶ୍ରିତ ହୋଇ ଧନ ଅର୍ଜନ କରିପାରନ୍ତି। କୃଷି କାର୍ଯ୍ୟକୁ ତ୍ବରାନ୍ବିତ କରିବେ।

Comments are closed.