ଶୁକ୍ରବାର ରାଶିଫଳ (୨୯/୦୧/୨୦୨୧) ଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟରାଶିଫଳ By ସମାଜ ଡେସ୍କ Last updated Jan 29, 2021 Share ମେଷ: ଉଦାର ସ୍ବଭାବର ହୋଇପାରନ୍ତି। ଦାନ ଧର୍ମରେ ଦୀକ୍ଷିତ ହେବେ। ସୁଖଭୋଗ କରିପାରନ୍ତି। ଆଦର୍ଶବାଦୀ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକ୍ଷେତ୍ରରୁ ଲାଭବାନ୍ ହେବେ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ। ବୃଷ: ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି। ମିଥୁନ: ପରମ ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିବ। ବିଭିନ୍ନ ଦିଗରୁ ଧନାଗମ ହେବ। କର୍କଟ: ଆୟ ଆଶାନୁରୂପ ହେବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ଯୁଦ୍ଧକ୍ଷେତ୍ରରେ ପାରଙ୍ଗମ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନ ଲାଭର ସୂଚନା ମିଳୁଛି। ସୁଖୀ ହେବେ। ସିଂହ: କର୍ମଚଞ୍ଚଳ ରହିବେ। ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ନିରୋଳାରେ କିଛି ସମୟ ବିତାଇବାକୁ ଇଚ୍ଛା ପ୍ରକାଶ କରିପାରନ୍ତି। ସାମାନ୍ୟ ଚକ୍ଷୁ ଯନ୍ତ୍ରଣା ଉପୁଜିପାରେ। ସର୍ବୋପରି ରାଜଯୋଗ ଅଛି। ଧାର୍ମିକ ପ୍ରବୃତ୍ତିର ହେବେ। କନ୍ୟା: ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ତନ୍ତ୍ର ମନ୍ତ୍ର ତଥା ଜ୍ୟୋତିଷ ଶାସ୍ତ୍ରରେ ରୁଚି ରହିବ। ଯାନବାହନ ସୁଖ ମିଳିବ। Related Posts ଉତ୍ତପ୍ତ ଓଡ଼ିଶା : ପାନୀୟ ଜଳ ସଙ୍କଟର ସମାଧାନ… Mar 2, 2021 ଅଂଶୁଘାତ ରୋଗୀଙ୍କ ପାଇଁ ୧୦ ଶଯ୍ୟା Mar 2, 2021 ତୁଳା: କୁଳ ଉଳକାରୀ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛାଭାବ ରହିବ। କୀର୍ତ୍ତିମାନ୍ ହୋଇପାରନ୍ତି। ବିଛା: ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ବହୁ ସୁଖର ଅଧିକାରୀ ହେବେ। ଧର୍ମାତ୍ମା, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧନୁ: ପରିସ୍ଥିତିରେ ପଡ଼ି ବ୍ୟବହାର ସରଳ ସୁନ୍ଦର ଥିବାବେଳେ ହୃଦୟରେ ପ୍ରତିହିଂସା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ମକର: ବ୍ୟବସାୟ ଲାଭଜନକ ହେବ। ସମାଜ ସେବାପ୍ରତି ମନ ବଳାଇ ପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ଅବିବାହିତମାନଙ୍କର ମନୋରମା କନ୍ୟା ସହିତ ବିବାହ ସମ୍ବନ୍ଧ ସ୍ଥିର ହେବ। ସୁଖ ଭୋଗ କରିବେ। କୁମ୍ଭ: ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଶତ୍ରୁହନ୍ତା ହେବେ। ଚାକିରିକ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି। ଗୁଣଜ୍ଞ ହେବେ। ମୀନ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନ ଲଭାର ସୂଚନା ମିଳୁଛି। ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ତନ୍ତ୍ର ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଭଲରେ ଚାଲିବ। Horoscope 29th janodia news Share FacebookTwitterWhatsApp