ମଙ୍ଗଳବାର ରାଶିଫଳ (୨୯/୦୩/୨୦୨୨)

ମେ​ଷ :​‌ ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ବୃଷ : କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।

ମିଥୁନ : ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧର୍ମାତ୍ମା ହେବେ।

କର୍କଟ : ସମାଲୋଚକଙ୍କ ଉପରେ ଈର୍ଷାଭାବ ଉଦ୍ରେକ ହୋଇପାରେ। ନିର୍ଭରଶୀଳ ନ ହୋଇ ସ୍ବାଭିମାନର ସହ ଚଳିବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କତା ଆବଶ୍ୟକ।

ସିଂହ : ବନ୍ଧୁ ମିଳନ ସହ ଆନନ୍ଦ ଉତ୍ସବ ଲାଗି ରହିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ।

କନ୍ୟା : ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ।

ତୁଳା : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବଯୁକ୍ତ ହେବେ।

ବିଛା :​ ଉଦାର ପ୍ରକୃତିର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବଯୁକ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ସୁଖୀ ହେବେ।

ଧନୁ : ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ଓ ବ୍ୟବହାର ମଧୁର ହେବ। ପ୍ରେମୀ ଓ ସାହସୀ ହେବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ। ପ୍ରତ୍ୟେକ କାର୍ଯ୍ୟରେ ପାରଙ୍ଗମ ହେବେ। ସୁସ୍ଥ ରହିବେ।

ମକର : ଭାଗ୍ୟଶାଳୀ ହୋଇପାରନ୍ତି। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟା ପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଠାରୁ ସହାୟତା ମିଳିବ। ବିଭିନ୍ନ ସୂତ୍ରରୁ ଧନାଗମ ହେବ।

କୁମ୍ଭ : ସର୍ବମଙ୍ଗଳ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି। ରୁଚିକର ଖାଦ୍ୟରେ ଆପ୍ୟାୟିତ ହେବେ।

ମୀନ : ଥଣ୍ଡା-କଫରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ତପସାଧନା ପାଇଁ ଏକାନ୍ତବାସକୁ ଆଦରି ନେବେ। ମଧୁର ଭାଷାରେ ପରକୁ ଆପଣାର କରିବେ। ଖର୍ଚ୍ଚାନ୍ତ ହେବେ।

Comments are closed.