ଶୁକ୍ରବାର ରାଶିଫଳ(୦୨/୦୪/୨୦୨୧)

ମେଷ: ଈର୍ଷାପରାୟଣ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଆବଶ୍ୟକ ଠାରୁ କମ୍‍ ଅର୍ଥ ମିଳିବ। ଅଷ୍ଟମଚନ୍ଦ୍ର ଯୋଗୁଁ ଉଚ୍ଚସ୍ଥାନ ଆରୋହଣ ମନା।

ବୃଷ: ସୁଖ ସମ୍ମାନ ଲାଭ କରିବେ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ନିଜର ଦକ୍ଷତା ପାଇଁ ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ପରାମର୍ଶ ପ୍ରଗତିର ବାହକ ହେବ।

ମିଥୁନ: ପଡ଼ୋଶୀଙ୍କ ସହିତ ସଂପର୍କ ଦୃଢ଼ ହେବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟ ଭାଜନ ହେବେ। ମାନସିକ ସ୍ତରରେ ଦୁର୍ବଳତା ଅନୁଭବ କରିପାରନ୍ତି।

କର୍କଟ: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ତନ୍ତ୍ର ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।

ସିଂହ: କାର୍ଯ୍ୟରେ ସଫଳତା ଲାଭ କରିବେ। ଉଦାର ପ୍ରକୃତିର ହୋଇପାରନ୍ତି। ଦାନ ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷିକ୍ଷେତରୁ ଲାଭ ମିଳିବ। ପ୍ରେମୀ ଓ ବୁଦ୍ଧିମାନ୍‍ ହୋଇପାରନ୍ତି।

କନ୍ୟା: କାର୍ଯ୍ୟ ହାସଲ ପାଇଁ କଳ, କୌଶଳ ଚିନ୍ତା କରିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ।

ତୁଳା: କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଭାଗ୍ୟଶାଳୀ ହେବେ। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟ ଭଲରେ ଚାଲିବ।

ବିଛା: ମନ ପ୍ରସନ୍ନ ରହିବ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ଯୁଦ୍ଧକ୍ଷେତ୍ରରେ ପାରଙ୍ଗମ ହେବେ। ମୋକଦ୍ଦମାରେ ବିଜୟୀ ହେବା ସହିତ ଧନପ୍ରାପ୍ତିର ସୂଚନା ମିଳୁଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଚିନ୍ତାଧାରା ଉନ୍ନତମାନର ହେବ। ନୂଆବନ୍ଧୁ ଜୁଟିବେ।

ଧନୁ: ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ସମ୍ମାନିତ ହୋଇପାରନ୍ତି। ମଧୁରଭାଷୀ ହେବେ। ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପରକୁ ଆପଣାର କରିପାରନ୍ତି।

ମକର: ଆୟ ବୃଦ୍ଧିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ।

କୁମ୍ଭ: ଶ୍ରମକାତର ନ ହୋଇ କାର୍ଯ୍ୟ କରି ଚାଲିବେ। ପରିଶ୍ରମ ଫଲ ଦାୟକ ହେବ। କୁଳ ପ୍ରଦୀପ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ପ୍ରକୃତିର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ।

ମୀନ: ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଗୃହକର୍ମରେ ନିପୁଣା ପତ୍ନୀଙ୍କ ଭାବାବେଗ ବୁଝି ପାରିବେ।

Comments are closed.