ମଙ୍ଗଳବାର ରାଶିଫଳ (୦୨/୦୩/୨୦୨୧)

ମେଷ: ବିଭିନ୍ନ ଦିଗରୁ ସହାୟତା ମିଳିବ। ଶତ୍ରୁ ଦମନ କରି ମାନସିକ ଶାନ୍ତି ଫେରିପାଇବେ। ସୁସମ୍ବାଦ ଶୁଣି ଖୁସି ହୋଇପାରନ୍ତି। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ କରଣୀୟ। ଋଣ ପରିଶୋଧ କରିବେ।
ବୃଷ: ଶୁଭ ଖବର ପାଇ ମନ ପ୍ରଫୁଲ୍ଲିତ ହେବ। ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପଢ଼ାପଢ଼ିରେ ମନୋନିବେଶ କରିବେ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସନ୍ତାନ ସୁଖ ମିଳିବ।
ମିଥୁନ: ପରିଶ୍ରମ ଅତ୍ୟଧିକ ହେଲେ ବି ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଯାନବାହନ ସୁଖ ମିଳିବ। ଗୃହ ପରିବେଶ ଉତ୍ତମମାନର ହେବ। କୃଷିକ୍ଷେତରୁ ଲାଭବାନ୍ ହୋଇପାରନ୍ତି।
କର୍କଟ: ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି। ଭଗବତ୍ ପ୍ରେମୀ ହୋଇପାରନ୍ତି। ଦେବ ଦର୍ଶନ ପାଇଁ ଆତ୍ମ ସନ୍ତୋଷ ଲାଭ କରିବେ। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି।
ସିଂହ: ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରିପାରନ୍ତି। ନୀତିନିଷ୍ଠ ଭାବେ ଉଚ୍ଚ ସମ୍ମାନର ଅଧିକାରୀ ହେବେ। ବିବିଧ ଧନଯୁକ୍ତ ହୋଇପାରନ୍ତି। ଚଞ୍ଚଳମନା ହେବେ। ହୃଷ୍ଟଚିତ୍ତ ଓ ଅତି ସୁଖୀ ହୋଇପାରନ୍ତି। କୀର୍ତ୍ତିମାନ୍ ହେବେ।
କନ୍ୟା: ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହୋଇପାରନ୍ତି। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ୱାସ୍ଥ୍ୟ ଅତୁଟ ରହିବ। ନୂଆ ବନ୍ଧୁ ଜୁଟି ପାରନ୍ତି। ଚିନ୍ତାଧାରା ଉନ୍ନତମାନର ହେବ।
Related Posts
Comments are closed.