ମଙ୍ଗଳବାର ରାଶିଫଳ(୩୦/୧୧/୨୦୨୧)

ମେଷ :  ଶତ୍ରୁ ବିନାଶକରି ଗର୍ବିତ ହୋଇପାରନ୍ତି। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ସମ୍ପାଦିତ ହେବ। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ।

ବୃଷ : ପରାମର୍ଶ ନେଇ କାର୍ଯ୍ୟ କରିବାକୁ ପଡ଼ିବ। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। ସୁ-ସମ୍ବାଦ ପାଇ ଖୁସି ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ମିଥୁନ : ପରିଶ୍ରମ ଅଧିକ ହେଲେ ବି ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। କୃଷି କ୍ଷେତ ଉପରେ ଧ୍ୟାନ ଦେବେ। ବହୁଧନ, ପୁତ୍ର, ଉତ୍ତମ ବଂଶରୁ କନ୍ୟାଲାଭ ହୋଇପାରେ।

କର୍କଟ : ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଦେବଦର୍ଶନର ସୌଭାଗ୍ୟ ଅଛି। ଅଶାନ୍ତିର ଅବସାନ ଘଟିବ। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି।

ସିଂହ : ଅଜାତଶତ୍ରୁ ହୋଇପାରନ୍ତି। ଦାତା, ଭୋକ୍ତା, ଗୁଣବାନ୍‌, ଧନୀ ଓ ମାନୀ ହେବେ। ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି। ବିବିଧ ଧନର ଅଧିକାରୀ ହେବେ। କର୍ମଚଞ୍ଚଳ ରହିବେ। କୀର୍ତ୍ତିମାନ୍‌ ହେବେ।

କନ୍ୟା :  ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ। ଚିନ୍ତାଧାରା ଉତ୍ତମ ହେବ।

ତୁଳା : ମିତ୍ରଙ୍କ ସାନ୍ନିଧ୍ୟ ମିଳିବ। ପୁତ୍ର ସୁଖ ମିଳିପାରେ। ମନ୍ତ୍ର, ଶାସ୍ତ୍ରରେ ପାରଦର୍ଶୀ ହୋଇପାରନ୍ତି। ଧନବାନ୍‌ ହେବେ। ବାକ୍ୟପଟୁ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବିଛା : ଶୁଭଖବର ପାଇବେ। ଅଧିକ ଅଭିଜ୍ଞତା ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି।

ଧନୁ : ସୁଖ-ସମ୍ମାନ ଲାଭ କରିପାରନ୍ତି। ସୁ-ସମାଚାର ମିଳିବ। କର୍ମ କ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ସମ୍ପାଦିତ ହେବ। ବିବାଦରେ ବିଜୟୀ ହେବେ।

ମକର : କର୍ମକୁଶଳତା ପାଇଁ ବିଭିନ୍ନ ସ୍ତରରୁ ଆଦର-ସମ୍ମାନ ମିଳିବ। କାର୍ଯ୍ୟରେ ସଫଳତା ଲାଭ କରିବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ ବିଜୟୀ ହେବେ।

କୁମ୍ଭ : ଶାସ୍ତ୍ରପଟୁ ହେବେ। ପୁଣ୍ୟଦେହୀ ହୋଇପାରନ୍ତି। ସତ୍‌କର୍ମରେ ନିୟୋଜିତ ହେବେ। ଧର୍ମମାର୍ଗରେ ମନୋନିବେଶ କରିପାରନ୍ତି। ଅସୁସ୍ଥତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।

ମୀନ : ନାନା ସୁନ୍ଦର ଓ ମୂଲ୍ୟବାନ୍‌ ବସ୍ତୁର ଅଧିକାରୀ ହୋଇପାରନ୍ତି। ସମ୍ପତ୍ତିବାନ୍‌ ହେବେ। ସନ୍‌ମାର୍ଗୀ ହେବେ। ଜ୍ଞାନ-ଗରିମାଯୁକ୍ତ ହୋଇପାରନ୍ତି। ସମ୍ମାନିତ ହେବେ। ସ୍ତ୍ରୀ-ପୁତ୍ର ପ୍ରୀତିଯୁକ୍ତ ହେବେ।

Comments are closed.