ଶୁକ୍ରବାର ରାଶିଫଳ (୩୦/୦୯/୨୦୨୨)

ମେଷ : ଆଶା ମରୁର ମରୀଚିକା ପରି ହୋଇପାରେ। ଶାରୀରିକ କ୍ଲେଶ ଅନୁଭବ କରିପାରନ୍ତି। ସ୍ବାଭିମାନର ସହ ଚଳିବାକୁ ପଡ଼ିବ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଯାନବାହନରେ ସତର୍କ ହେବେ।

ବୃଷ : ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ବନ୍ଧୁମିଳନ ଦ୍ବାରା ଉପକୃତ ହେବେ। ପତ୍ନୀଙ୍କ ସହଯୋଗ ଶୁଭଦାୟକ ହେବ।

ମିଥୁନ : ସୁସ୍ଥ ଓ ନିରାମୟ ରହିବେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଢେର ସୁନାମର ଅଧିକାରୀ ହେବେ।

କର୍କଟ : କର୍ମ ଚଞ୍ଚଳ ରହିବେ। ଦୈବୀ ଶକ୍ତିସମ୍ପନ୍ନ କନ୍ୟା ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ ଓ ଧାର୍ମିକ ହେବେ।

ସିଂହ : ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁସ୍ଥ ରହିବେ। କୃଷିକର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍‌ ହୋଇପାରନ୍ତି। ଯାନବାହନ ସୁଖ ମିଳିବ।

କନ୍ୟା : ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ।

ତୁଳା : ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ଉଦାର ଚରିତଯୁକ୍ତ ହେବେ। ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବିଛା : ଶ୍ରୀଚନ୍ଦ୍ର ଭୋଗ ହେତୁ ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ। ପ୍ରଚୁର ଧନ ଲାଭ ହେବ। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସିତ ହେବେ।

ଧନୁ : କର୍ମଚଞ୍ଚଳ ରହିବେ। ଏକାନ୍ତରେ ସାଧନା ସିଦ୍ଧି ପ୍ରାପ୍ତିର ସୂଚନା ମିଳିବ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସରଳ ପ୍ରକୃତିର ହେବେ। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି।

ମକର : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି। ମିତ୍ର ସୁଖ ମିଳିପାରେ।

କୁମ୍ଭ : କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ କୁଟୁମ୍ବ ପ୍ରତି ସ୍ନେହ ଶ୍ରଦ୍ଧା ଭାବ ରହିବ।

ମୀନ : ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗବିଳାସରେ ଅତିବାହିତ ହୋଇପାରେ। ଜୀବନ ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

Comments are closed.