ଶୁକ୍ରବାର ରାଶିଫଳ (୦୩/୧୨/୨୦୨୧୦

ମେଷ : ଈର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ପତ୍ନୀଙ୍କ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ୍‌ ହେବାକୁ ପଡ଼ିବ। ଖର୍ଚ୍ଚାନ୍ତ ହେବେ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ।

ବୃଷ : ଆମୋଦ ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ପବିତ୍ର ଭାବନା ନେଇ ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି। ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହେବେ।

ମିଥୁନ : ଅନାବଶ୍ୟକ ଖର୍ଚ୍ଚକରି ପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଗର୍ବିତ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଚମତ୍କାରିକ ଲାଭପ୍ରାପ୍ତ ହେବେ।

କର୍କଟ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଭାଗ୍ୟଫଳ ସପକ୍ଷରେ ଯାଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ସୂତ୍ରରୁ ଆସିବ।

ସିଂହ : ଉଦାର ପ୍ରକୃତିର ହୋଇପାରନ୍ତି। ଅହଂଭାବର ସମର୍ପଣ, ଏପରି କି ବିସର୍ଜନ କରିପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ସୁସ୍ଥ ରହିବେ। କୃଷିକାର୍ଯ୍ୟକୁ ତ୍ବରାନ୍ବିତ କରିପାରନ୍ତି। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ।

କନ୍ୟା : ମନୋବଳ ଦୃଢ଼ ରହିବ। ଚିତ୍ତରେ ପ୍ରସନ୍ନଭାବ ଉଦ୍ରେକ ହେବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଯୋଗୁଁ ଆଦରଣୀୟ ହେବେ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରେ ଆଦର ସମ୍ମାନ ମିଳିବ।

ତୁଳା : ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ସ୍ବଭାବ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ। ଧନାଗମ ହେବ।

ବିଛା : କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବ। ରଣ କ୍ଷେତ୍ରରେ ବୀରତ୍ବ ପ୍ରଦର୍ଶନ କରିବେ। ଚିନ୍ତାଧାରା ମହତ ହେବ।

ଧନୁ : ପଥରୋଧ କରୁଥିବା ଲୋକେ ବିପଦ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ପବିତ୍ର ଭାବନା ନେଇ ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିବେ। ଖର୍ଚ୍ଚାନ୍ତ ହେବେ। ମଧୁରଭାଷାରେ ଶତ୍ରୁକୁ ବଶ କରିପାରନ୍ତି।

ମକର : ବିଭିନ୍ନ ସୂତ୍ରରୁ ଧନପ୍ରାପ୍ତିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରୁ ଧନପ୍ରାପ୍ତି ସହ ସମ୍ମାନିତ ହେବେ।

କୁମ୍ଭ : ଅନ୍ତର୍ନିହିତ ଗୁଣାବଳୀର ବିକାଶ ଘଟାଇ ଜୀବନକୁ ମହାର୍ଘ କରିପାରନ୍ତି। କୁଳ ଉଳକାରୀ ହେବେ। ଦୟାର୍ଦଚିତ୍ତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହୋଇପାରନ୍ତି।

ମୀନ : ଅନ୍ୟର ସାହାଯ୍ୟକାରୀ ହେବେ ଓ ଅହେତୁକ ସହାୟତା ପାଇବେ। ଭାଗ୍ୟଶାଳୀ ହୋଇପାରନ୍ତି। ଗୁଣ ପ୍ରସାର ଘଟାଇ ଲୋକାଦୃତ ହେବେ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ସୁଖ ମିଳିବ।

Comments are closed.