ସୋମବାର ରାଶିଫଳ (୦୩/୦୫/୨୦୨୧)

ମେଷ: କର୍ମଚଞ୍ଚଳ ରହିବେ। କୁଳ ଉଜ୍ଜ୍ୱଳକାରୀ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରିକ ସୁଖ ମିଳିବ।

ବୃଷ: ପ୍ରତ୍ୟେକ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ଉଦ୍ୟମ ଜାରି ରଖିବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସରେ ସମୟ ଅତିବାହିତ କରିବେ। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍‍ ଓ ସାହସୀ ହେବେ।

ମିଥୁନ: ମନ ବ୍ୟସ୍ତଭରା ହୋଇପାରେ। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହୋଇପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚାନ୍ତ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା ବର୍ଜନୀୟ।

କର୍କଟ: କର୍ମକୁଶଳତା ଆପଣଙ୍କୁ ମହାନ୍‍ କରି ଗଢ଼ି ତୋଳିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ସ୍ୱକର୍ମ ପାଇଁ ଗର୍ବିତ ହେବେ। ପତ୍ନୀଙ୍କଙ୍କ ପରାମର୍ଶ ଉପାଦେୟ ହେବ।

ସିଂହ: ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଭାଇମାନଙ୍କ ଠାରୁ ସ୍ନେହ, ସହାନୁଭୁତି ପାଇ ଶତ୍ରୁର ପ୍ରଭାବକୁ ପ୍ରତିହତ କରିବାରେ ସକ୍ଷମ ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାଭାଜନ ହୋଇପାରନ୍ତି।

କନ୍ୟା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ତନ୍ତ୍ରମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।

ତୁଳା: ଉଦାର ପ୍ରକୃତିର ହେବେ। ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମରୁ ଲାଭପ୍ରାପ୍ତ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‍ ହୋଇପାରନ୍ତି। ଯାନବାହାନ ସୁଖ ମିଳିପାରେ।

ବିଛା: ମନ ପ୍ରସନ୍ନ ରହିବ। ଆତ୍ମ ବିଶ୍ୱାସୀ ହେବେ। ମଧୁର କଥାରେ କର୍ମମାର୍ଗକୁ ଉଜ୍ଜ୍ୱଳ କରି ଗଢ଼ି ତୋଳିବେ। ମେଳାପୀ ପ୍ରକୃତିର ହେବେ। ଥଣ୍ଡା କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃ ସ୍ନେହୀ ହେବେ।

ଧନୁ: ଭାଗ୍ୟଶାଳୀ ହେବେ। ଶାନ୍ତିପ୍ରିୟ, ସହନଶୀଳ, ମଧୁରଭାଷୀ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରମାନଙ୍କଠାରୁ ପୂର୍ଣ୍ଣ ସହଯୋଗ ମଳିବ। ବ୍ୟବସାୟରୁ ଅଧିକ ଧନଲାଭର ସୂଚନା ମିଳୁଛି।

ମକର: ସ୍ୱାଧୀନମନା ହେବେ। ଶାରୀରିକ ଶକ୍ତି ସମ୍ପନ୍ନ ହୋଇପାରନ୍ତି। ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ରୋଜଗାର ଆଶାନୁରୂପ ହେବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି।

କୁମ୍ଭ: କର୍ମଚଞ୍ଚଳ ରହିବେ। ଥଣ୍ଡା କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ପ୍ରିୟଭାଷୀ ହେବେ। ଧନ ଓ ଯାନବାହନଯୁକ୍ତ ହୋଇପାରନ୍ତି। ମୂଲ୍ୟବାନ୍‍ ସମ୍ପଦର ଅଧିକାରୀ ହେବେ। ମନୋବଳ ଦୃଢ଼ ରହିବ।

ମୀନ: ଆୟ ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ସରକାରୀ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। ସୁଖୀ ହେବେ।

Comments are closed.