ରବିବାର ରାଶିଫଳ (୦୪/୦୪/୨୦୨୧)

ମେଷ: ଭକ୍ତିଭାବଯୁକ୍ତ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସରେ ଦିନଟି ଅତିବାହିତ ହୋଇପାରେ। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାମ୍ପତ୍ୟ ସୁଖ ମିଳିବ।
ବୃଷ: କ୍ଷୟ କ୍ଷତିର ସମ୍ଭାବନା ଅଛି। ଅସୁସ୍ଥତା ଅନୁଭବ କରିପାରନ୍ତି। କାର୍ଯ୍ୟରେ ବିଘ୍ନ ଘଟିପାରେ। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହୋଇପାରେ। ଉପଯୁକ୍ତ କର୍ମାନୁରକ୍ତ ହୋଇପାରନ୍ତି। ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କ ରହିବେ।
ମିଥୁନ: ସୁଖ-ସନ୍ତୋଷରେ ଦିନଟି ଅତିବାହିତ ହେବ। ବ୍ୟବସାୟ ଲାଭଜନକ ହେବ। ସେବା ମନୋଭାବ ନେଇ କାର୍ଯ୍ୟ କରିବେ। ସ୍ୱକର୍ମ ପାଇଁ ମନରେ ଗର୍ବଭାବ ବହନ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ।
କର୍କଟ: ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚକ୍ଷୁପୀଡ଼ା ଉପୁଜି ପାରେ। ଚାକିରି କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ପ୍ରଶଂସାର ପାତ୍ର ହେବେ।
ସିଂହ: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭ ହୋଇପାରେ। ତନ୍ତ୍ର ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।
କନ୍ୟା: ଲାଗି ରହିଥିବା ବିବାଦର ସମାଧାନ ହୋଇପାରେ। ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ଆଦର୍ଶବାଦୀ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିରୁ ଭଲ ଆୟ ହେବ। ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି।
Related Posts
Comments are closed.