ଶନିବାର ରାଶିଫଳ(୦୪.୦୭.୨୦୨୦)

ମେଷ: ତର୍କରେ ପାରଦର୍ଶିତା ଲାଭ କରିବେ। ଉଦ୍ୟୋଗୀ ହେବା ସହ ସେବା-ପୂଜାରେ ନିୟୋଜିତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ।

ବୃଷ: ଜଟିଳ ସମସ୍ୟାର ନିଷ୍ପତ୍ତି ନେବାରେ ସକ୍ଷମ ହେବେ। ଧନ ପ୍ରାପ୍ତିର ସୂଚନା ମିଳୁଛି। ସ୍ବାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟରୁ ଲାଭ ପାଇବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ।

ମିଥୁନ: ବନ୍ଧୁ ମିଳନ କଟିବାର ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ଅବିବାହିତଙ୍କର ବିବାହ ସମ୍ବନ୍ଧ ସ୍ଥିର ହେବ। ସୁଖୀ ହେବେ।

କର୍କଟ: କଠିନ ସମୟ। ହାତେ ମାପି ଚାଖଣ୍ଡେ ଚାଲିବାକୁ ପଡ଼ିବ। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ବନ୍ଧୁଦ୍ବେଷୀ ହୋଇପାରନ୍ତି।

ସିଂହ: କର୍ମ ଚଞ୍ଚଳ ରହିବେ। କନ୍ୟା ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୁଯୋଗ ଅଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ବିଭିନ୍ନ ଦିଗରୁ ଅର୍ଥ ଆସିପାରେ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ।

କନ୍ୟା: ଉଦାର ସ୍ବଭାବର ହୋଇପାରନ୍ତି। ଦାନଶୀଳ ହେବେ। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଯଶସ୍ବୀ ଓ କୀର୍ତ୍ତିମାନ୍‌ ହୋଇପାରନ୍ତି।

ତୁଳା: ଉଚ୍ଚ ଆଶା ଫଳବତୀ ହେବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ବଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ସୁଖୀ ହେବେ।

ବିଛା: ଆଶୀର୍ବାଦ ମିଳିବ। ଭାଗ୍ୟଶାଳୀ ହେବେ। ଆଶାବାଦୀ ହୋଇପାରନ୍ତି। ସାମାଜିକ କ୍ଷେତ୍ରରେ ସମ୍ମାନ ଲାଭ କରିବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟା ପ୍ରେମୀ ହେବେ। ଧନାଗମ ହେବ। ମିତ୍ର ସୁଖ ମିଳିବ।

ଧନୁ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁରୂପ ହୋଇପାରେ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ମୋକଦ୍ଦମାରେ ବିଜୟୀ ହେବେ। ଅର୍ଥ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତମାନର ହେବ।

ମକର: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ସୁଖ, ସମ୍ମାନ ଲାଭ କରିପାରନ୍ତି। କର୍ମ ଚଞ୍ଚଳ ରହିବେ। ଏକାନ୍ତପ୍ରିୟ ହେବେ। ଆଖିରେ ସାମାନ୍ୟ ପୀଡ଼ା ଉପୁଜି ପାରେ। ମଧୁର ବାକ୍ୟରେ ପରକୁ ଆପଣାର କରିବେ।

କୁମ୍ଭ: ପ୍ରତ୍ୟେକ କାର୍ଯ୍ୟ ଫଳଦାୟକ ହେବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମ ଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ। କରିତ୍‌କର୍ମା ହେବେ। ବହୁବିଦ୍ୟା ପାରଙ୍ଗମ ହେବେ।

ମୀନ: କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ବଭାବର ହେବେ। ସୁସ୍ଥ ଓ ନିରାମୟ ରହିବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ରାଜକୃପା ମିଳିବ। ପରିବାର ପ୍ରତି ଶ୍ରଦ୍ଧାଭାବ ରହିବ।

Comments are closed.