ମଙ୍ଗଳବାର ରାଶିଫଳ (୦୪/୦୫/୨୦୨୧)

ମେଷ : ମନ ପ୍ରସନ୍ନ ରହିବ। ସୁସମ୍ବାଦ ପାଇ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ଢ଼େର ଉନ୍ନତି ଘଟିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ବିବାଦରେ ବିଜୟୀ ହେବେ।
ବୃଷ : ସୁଖ ସମ୍ମାନ ଲାଭ କରିପାରନ୍ତି। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍ବ୍ୟବହାର କରିବେ। ବିବାଦୀୟ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିବେ।
ମିଥୁନ: ଶାରୀରିକ ସ୍ତରରେ ଅସୁସ୍ଥତା ଅନୁଭବ କାରିପାରନ୍ତି। ମାନସିକ ସ୍ତରରେ ଅଶାନ୍ତି ଉପୁଜି ପାରେ। ବହୁ ମିତ୍ରଙ୍କ ସାନ୍ନିଧ୍ୟ ଓ ଆଶ୍ୱସନା ପାଇ ଆଶ୍ୱସ୍ତ ହେବେ। ସନ୍ମାର୍ଗୀ ହେବେ। ପଦୋନ୍ନତି ଘଟିପାରେ। ବିକ୍ରମୀ ହେବେ।
କର୍କଟ : ସୁବନ୍ଧୁଯୁକ୍ତ ହୋଇପାରନ୍ତି। ବହୁ ସୁଖକର ଘଟଣା ଘଟିବ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ଓ ନିର୍ମଳ ରହିଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିବେ।
ସିଂହ : ଶତ୍ରୁ ଉପଦ୍ରବକୁ ପ୍ରତିହତ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭ ଖବର ପାଇ ଉତ୍ଫୁଲ୍ଲିତ ହୋଇପାରନ୍ତି। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଋଣପରିଶୋଧ କରି ଆଶ୍ୱସ୍ତ ହେବେ।
କନ୍ୟା : ଅଧ୍ୟାପନା ଓ କାବ୍ୟରଚନା ପାଇଁ ପଢ଼ା ପଢ଼ିରେ ମନୋନିବେଶ କରିବେ। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟ ଲାଭଜନକ ହେବ।
Related Posts
Comments are closed.