ମଙ୍ଗଳବାର ରାଶିଫଳ (୦୭/୧୨/୨୦୨୧)

ମେଷ : କର୍ତ୍ତବ୍ୟନିଷ୍ଠ ହେବେ। କୁଳପ୍ରଦୀପ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।

ବୃଷ : ଧର୍ମଧ୍ବଜାଧାରୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗପ୍ରିୟ ହେବେ। ବିଳାସ-ବ୍ୟସନକରିପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି।

ମିଥୁନ : ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ଭାଗୁଆଳ ବ୍ୟବସାୟ ଲାଭଜନକ ହେବ। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ଅଷ୍ଟମ ଚନ୍ଦ୍ରଯୋଗୁଁ ସତର୍କରେ ଚଳିବେ।

କର୍କଟ : ବନ୍ଧୁ ମିଳନ ଘଟିବ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଶୁଭଦାୟକ ହେବ।

ସିଂହ : ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହେବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ବହୁ ଶୁଭଫଳର ଅଧିକାରୀ ହେବେ।

କନ୍ୟା : କର୍ମଚଞ୍ଚଳ ରହିବେ। ହଠାତ୍‌ କିଛି ଧନପ୍ରାପ୍ତ ହେବେ। କନ୍ୟାସନ୍ତାନ ଦ୍ବାରା ଉପକୃତ ହେବେ। ଆର୍ଥିକ ସ୍ରୋତ, ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି।

ତୁଳା : ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

ବିଛା : କର୍ମକ୍ଷେତ୍ର ଉତ୍ସାହଜନକ ହେବ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ମଧୁରଭାଷୀ ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦରସମ୍ମାନ ମିଳିବ। ଧାର୍ମିକ ହେବେ।

ଧନୁ : ଆଶାବାଦୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚିତ୍ତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଠାରୁ ସହାୟତା ମିଳିବ। ଧନ ମିଳିବ।

ମକର : ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହୋଇପାରେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରଣାଙ୍ଗନରେ ପାରଙ୍ଗମ ହେବେ। ଲୋକପ୍ରିୟ ହେବେ।

କୁମ୍ଭ : କର୍ମ ଚଞ୍ଚଳ ରହିବେ। ପରୋପକାରରେ ଧନ ବ୍ୟୟ କରିପାରନ୍ତି। ମଧୁର ଭାଷାରେ ଅଧସ୍ତନମାନଙ୍କୁ ଆପଣାର କରିପାରନ୍ତି। ଆଚରଣ ଓ ଉଚ୍ଚାରଣ ଶୁଦ୍ଧପୂତ ହେବ। ସମ୍ୟକ୍‌ ତତ୍ତ୍ବଦର୍ଶୀ ହୋଇପାରନ୍ତି।

ମୀନ : ଆୟ ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନ ଲାଭର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

Comments are closed.