ଗୁରୁବାର ରାଶିଫଳ (୦୮/୦୭/୨୦୨୧)

ମେଷ : ଉଚ୍ଚ ଆଶା ଫଳବତୀ ହେବ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ମଧୁରଭାଷୀ ଓ ମେଳାପୀ ହେବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଭୋଗକରି ପାରନ୍ତି। ସାନଭାଇଙ୍କର ଶ୍ରଦ୍ଧାର ପାତ୍ର ହେବେ। ପ୍ରେମୀ ଓ ସାହସୀ ହେବେ।

ବୃଷ : ଆଶାବାଦୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ମଧୁର ଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରମାନଙ୍କଠାରୁ ସାହାଯ୍ୟ ମିଳିବ।

ମିଥୁନ : ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟା ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହୋଇ ଧନଲାଭ କରିପାରନ୍ତି। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବା ଆଶା କରାଯାଏ।

କର୍କଟ : ଚଞ୍ଚଳ ସ୍ବଭାବର ହେବେ। ନିରୋଳା ସ୍ଥାନରେ କିଛି ସମୟ ବିତାଇ ପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।

ସିଂହ : ସମ୍ମାନିତ ହେବେ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରୁ ଧନପ୍ରାପ୍ତି ସହ ସମ୍ମାନିତ ହେବାର ସୂଚନା ମିଳୁଛି। ଭଲ ଆୟ ହେବ। ଯାନବାହନ ସୁଖ ମିଳିବ।

କନ୍ୟା : କର୍ମକ୍ଷେତ୍ରକୁ ଉଳମୟ କରିପାରନ୍ତି। କୁଳ ପ୍ରଦୀପ ହେବେ। ମନ-ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି।

ତୁଳା : ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ଓ ବିଳାସୀ ହେବେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିପାରନ୍ତି। ଧର୍ମାତ୍ମା ହେବେ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ସୁଖ ମିଳିବ।

ବିଛା : ସାମାନ୍ୟ ଦେହ ପୀଡ଼ା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ।

ଧନୁ : ପ୍ରୀତି ଲାଭ କରିପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସମାଜସେବା ପ୍ରତି ମନ ବଳାଇ ପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହୋଇପାରନ୍ତି। ମନରେ ଅହଂଭାବ ଆସିପାରେ।

ମକର : ବିଭିନ୍ନ ସ୍ତରରୁ ସହଯୋଗ ମିଳିବ। ବଦ୍‌ଖର୍ଚ୍ଚୀ ହୋଇପାରନ୍ତି। ଭ୍ରାତୃସ୍ନେହ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମର ଅଧିକାରୀ ହେବେ।

କୁମ୍ଭ : କର୍ମଚଞ୍ଚଳ ରହିବେ। ଜନୈକା ମହିଳାଙ୍କ ସହଯୋଗରେ ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଧନ ଲାଭ ହେବା ସମ୍ଭାବନା ଅଛି।

ମୀନ : ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକ୍ଷେତକୁ ତ୍ବରାନ୍ବିତ କରିପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଯାନବାହନ ସୁଖ ମିଳିବ। ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।‌

Comments are closed.