ରାଶିଫଳ ବୁଧବାର (୧୦/୦୮/୨୦୨୨)

ମେଷ: ଭ୍ରମଣ ସ୍ବାସ୍ଥ୍ୟପ୍ରଦ ହେବ। ପାରିବାରିକ ସୁଖ, ଶାନ୍ତି ଅବ୍ୟାହତ ରହିବ। କର୍ମକ୍ଷେତ୍ରରୁ ସଫଳତା ମିଳିବ। ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବୃଷ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ମନ ଅଶାନ୍ତ ରହିବ। ବହୁ ମିତ୍ରଙ୍କ ସହାୟତା ମିଳିପାରେ। ଶୁଭକାର୍ଯ୍ୟ ସ୍ଥଗିତ ରଖିପାରନ୍ତି। ସାମର୍ଥ୍ୟର ପରିପ୍ରକାଶ ଘଟାଇ ପାରନ୍ତି। ସାରାଦିନ ସତର୍କ ରହିବେ।

ମିଥୁନ: ବହୁ ସୁଖକର ଘଟଣା ଘଟିପାରେ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କର୍କଟ: ବନ୍ଧୁ ସହାୟତାରୁ ଶତ୍ରୁ ଦମନ କରି ମାନସିକ ଶାନ୍ତି ଫେରିପାଇବେ। ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ। ଅଯଥା ଖର୍ଚ୍ଚରୁ ବଞ୍ଚିଯାଇପାରନ୍ତି। ଶୁଭକାର୍ଯ୍ୟ କରିପାରନ୍ତି।

ସିଂହ: ବିଦ୍ୟାଭ୍ୟାସୀ ହେବେ। ଶାସ୍ତ୍ରସମ୍ମତ ମତବ୍ୟକ୍ତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଲଟେରି ଭାଗ୍ୟଫଳ ଆପଣଙ୍କ ସପକ୍ଷରେ ଯାଇପାରେ।

କନ୍ୟା: କୃଷି କ୍ଷେତରୁ ଭଲ ଆୟ ଆସିବ। ପରିଶ୍ରମର ମୂଲ୍ୟ ମିଳିବ। ଯାନବାହନ ସୁଖ ମିଳିପାରେ। ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। ସବୁକାର୍ଯ୍ୟ ଠିକ୍‌ ଚାଲିଥିବାବେଳେ ଭୁଲ ବୁଝାମଣା ଘଟିପାରେ।

ତୁଳା: ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତି ସହିତ ସଞ୍ଚୟାଭିମୁଖୀ ହୋଇପାରନ୍ତି। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଅର୍ଥ ମିଳିବ। ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ଅଗ୍ରଗଣ୍ୟ ହେବେ।

ବିଛା: ତ୍ୟାଗଶୀଳ ହେବେ। ନୀତିଜ୍ଞ ଭାବେ ଉଚ୍ଚ ମାନ୍ୟତା ପ୍ରାପ୍ତ ହୋଇପାରନ୍ତି। ବିବିଧ ଧନର ଅଧିକାରୀ ହେବେ। କର୍ମଚଞ୍ଚଳ ରହିବେ। କୀର୍ତ୍ତିମାନ୍‌ ହୋଇପାରନ୍ତି। ସହିଷ୍ଣୁ ହେବେ।

ଧନୁ: ଆୟ ବୃଦ୍ଧିର ସୂଚନା ମିଳୁଛି। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହୋଇପାରନ୍ତି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ। ନୂଆ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ। ଚିନ୍ତାଧାରା ଉନ୍ନତମାନର ହେବ।

ମକର: ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ବନ୍ଧୁ ବିରୋଧର ସମ୍ମୁଖୀନ ହୋଇପାରନ୍ତି। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ପତ୍ନୀଙ୍କ ଚିକିତ୍ସା ପାଇଁ ବ୍ୟୟାଧିକର ସମ୍ମୁଖୀନ ହେବେ।

କୁମ୍ଭ: ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ଶ୍ରଦ୍ଧାଭାବ ନେଇ ପରିବାର ସହିତ ଉତ୍ସବ ପାଳନ କରିପାରନ୍ତି। ପତ୍ନୀଙ୍କ ଚିକିତ୍ସା ପାଇଁ ଖର୍ଚ୍ଚର ସମ୍ମୁଖୀନ ହେବେ।

ମୀନ: କର୍ମକ୍ଷେତ୍ର ଉଳମୟ କରିପାରନ୍ତି। ଆର୍ଥିକ ସ୍ଥିତିର ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି। ସରକାରୀ କୃପା ଲାଭ କରିପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହେବ।

Comments are closed.