ମଙ୍ଗଳବାର ରାଶିଫଳ ୧୭.୦୫.୨୦୨୨

ମେଷ: ଅନଟନର ସମ୍ମୁଖୀନ ହେଲେ ବି; ସ୍ବାଭିମାନର ସହ ଚଳିବେ। ସହଯୋଗୀ ବ୍ୟବସାୟ ଲାଭଦାୟକ ହୋଇପାରେ। ବିବେକାନୁମୋଦିତ କାର୍ଯ୍ୟ କରି ଧର୍ମାଧର୍ମର ମାର୍ଗ ବାଛିନେବେ। ସତର୍କତାର ଦିନ।
ବୃଷ: ବନ୍ଧୁ ମିଳନ ଘଟିବାରେ ଉପକୃତ ହେବେ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀ ଉପରେ ନିର୍ଭରଶୀଳ ହେବେ।
ମିଥୁନ: ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ବୁଦ୍ଧିମାନ୍‌ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ।
କର୍କଟ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାର ଉପକୃତ ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଭାଗ୍ୟଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।
ସିଂହ: ଉଦାର ପ୍ରକୃତିର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।
କନ୍ୟା: ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ଓ ବ୍ୟବହାରର ମାଧୁରିମା ଆପଣଙ୍କୁ ମହାନ୍‌ କରି ଗଢ଼ିତୋଳିବ। ପ୍ରେମୀ ଓ ସାହସୀ ହେବେ। ଭାଇଙ୍କଠାରୁ ସମ୍ମାନ ମିଳିବ। ଯାନବାହନ ସୁଖ ମିଳିବ।
ତୁଳା: ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ରଙ୍କଠାରୁ ସହାୟତା ମିଳିବ। ଦାମ୍ପତ୍ୟଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ।
ବିଛା: ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲି-ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସୁସ୍ଥ ଓ ନିରାମୟ ରହିବେ। ଚିନ୍ତାଧାରା ଭବିଷ୍ୟତ ଗଠନରେ ସହାୟକ ହେବ।
ଧନୁ: କର୍ମଚଞ୍ଚଳ ରହିବେ। କୃଚ୍ଛ୍ରସାଧନା ପାଇଁ ସାମୟିକଭାବେ ଏକାନ୍ତବାସକୁ ଆଦରିନେବେ। ମଧୁର ଭାଷାରେ ପରକୁ ଅପାଣାର କରିପାରନ୍ତି। ଅତିଥି ସତ୍କାରରେ ଧନ ବ୍ୟୟ କରିବେ। ଅନ୍ୟର ସାହାଯ୍ୟକାରୀ ହେବେ।
ମକର: ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଯଶସ୍ବୀ ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।
କୁମ୍ଭ: କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।
ମୀନ: ବିଳାସ କରିପାରନ୍ତି। ଜୀବନ ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।

Comments are closed.