ରବିବାର ରାଶିଫଳ (୧୪/୦୩/୨୦୨୧)

ମେଷ: ଦାନଧର୍ମରେ ଦୀକ୍ଷିତ ହୋଇ ବହୁ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ପୁଣ୍ୟବାନ୍‍ ହେବେ। ଶୁଦ୍ଧ ସ୍ୱଭାବ ସମ୍ପନ୍ନ ହୋଇପାରନ୍ତି। ଜନବଲ୍ଲଭ ହେବେ। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‍କର୍ମରେ ନିୟୋଜିତ ହେବେ। ଅର୍ଥ ମିଳିବ।

ବୃଷ: ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। କର୍ମକ୍ଷେତ୍ରରୁ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଶୁଭକାର୍ଯ୍ୟ କରିପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ମିଥୁନ: ପ୍ରାୟ ପ୍ରତ୍ୟେକ କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। କ୍ଷମତାର ଅଭିବୃଦ୍ଧି ଘଟିବ ଓ ତା’ର ସଦ୍‍ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ ବିଜୟୀ ହେବେ। ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହେବେ। ପୁଣ୍ୟ ପ୍ରାପ୍ତ ହେବେ।

କର୍କଟ: ବିଜୟୀ ସ୍ୱଭାବ ସମ୍ପନ୍ନ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ତଥାପି ପ୍ରବଳ ପ୍ରତାପୀ ହେବେ। ସତ୍‍ପଥଗାମୀ ହୋଇପାରନ୍ତି। ଜଣେ ମହାମାନବ ଭାବେ ସାମାଜିକ କ୍ଷେତ୍ରରେ ସମ୍ମାନର ଅଧିକାରୀ ହେବେ।

ସିଂହ: ଅନଟନର ସମ୍ମୁଖୀନ ହୋଇପାରନ୍ତି। ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟରୁ ବିରତ ହେବାକୁ ପଡ଼ିବ। ସ୍ୱାଭିମାନୀ ହେବେ। ବନ୍ଧୁ ମହଲରେ ଅପ୍ରିୟ ହୋଇପାରନ୍ତି। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବାକୁ ପଡ଼ିବ।

କନ୍ୟା: ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ରୁଚିକର ଖାଦ୍ୟରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

ତୁଳା: ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିପାରନ୍ତି। ବିଭିନ୍ନ ସ୍ତରରୁ ସହଯୋଗ ମିଳିବ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ କରଣୀୟ। ଋଣ ପରିଶୋଧ କରିପାରନ୍ତି।

ବିଛା: ଅଧ୍ୟାପନାର ପ୍ରସ୍ତୁତି ସ୍ୱରୂପ ଅଧ୍ୟୟନରତ ହୋଇପାରନ୍ତି। ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଶୁଭଖବର ପାଇ ଖୁସି ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ଶ୍ରେଷ୍ଠ ଆସନର ଅଧିକାରୀ ହୋଇପାରନ୍ତି। ସୁପରାମର୍ଶଦାତା ହେବେ।

ଧନୁ: ପରିଶ୍ରମ ଯେତେ କଠିନ ହେଉ ନା କାହିଁକି; ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ନାନା ବିଭବରେ ମଣ୍ଡିତ ହୋଇପାରନ୍ତି। ସାହସୀ ହେବେ। କୁଶଳୀ ହୋଇପାରନ୍ତି। ବାଞ୍ଛିତ କାର୍ଯ୍ୟ କରିବେ।

ମକର: ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଦେବ ଦର୍ଶନର ସୌଭାଗ୍ୟ ଅଛି। ଅଶାନ୍ତି ଦୂରୀଭୂତ ହେବ। ସରକାରୀ ସ୍ତରରୁ ଲାଭ ଉଠାଇବାକୁ ପାରଙ୍ଗମ ହେବେ। ଭାଷା ଓ ବ୍ୟବହାର ଆପଣଙ୍କୁ ମହାନ୍‍ କରିପାରେ।

କୁମ୍ଭ: ଶ୍ରେଷ୍ଠ ଓ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ଦକ୍ଷତା ପ୍ରତିପାଦନ କରିପାରନ୍ତି। ଉଚ୍ଚସମ୍ମାନର ଅଧିକାରୀ ହେବା ଆଶାକରାଯାଏ। ଶାସ୍ତ୍ରଜ୍ଞ ହୋଇପାରନ୍ତି। ଧନ ସମ୍ପଦ ଭରପୂର ରହିବ। ସତ୍ୟ, ଶୌଚ, ଦୟା ଓ ଦାନର ଅଧିକାରୀ ହେବେ।

ମୀନ: ଆୟ ଆଶାନୁରୂପ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନୂଆ ବନ୍ଧୁ ଜୁଟିପାରନ୍ତି। ଚିନ୍ତାଧାରା ଉନ୍ନତମାନର ହେବ।

Comments are closed.