ମହିଳାଙ୍କୁ ପୋଡ଼ି ହତ୍ୟା ଅଭିଯୋଗ

କେନ୍ଦୁଝର: ମହୁଲଡିହା ଥାନା ଅନ୍ତର୍ଗତ କୋଇଲିପାଳ ଗାଁରେ ଜଣେ ମହିଳାଙ୍କୁ ପୋଡ଼ି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ତାଙ୍କ ସ୍ବାମୀ କିରୋସିନି ଢାଳି ପୋଡି ହତ୍ୟା କରିଥିବା ମହିଳାଙ୍କ ବାପଘର ଲୋକେ ଅଭିଯୋଗ କରିଛନ୍ତି । ପୁଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ, ସୋମବାର ରାତିରେ ଗାଁରେ ଯାତ୍ରା ଚାଲିଥିବାରୁ ସବୁ ସବୁ ଲୋକ ସେଠାରେ ଥିଲେ । ଏହି ସମୟରେ ଉଭୟ ସ୍ବାମୀ ଓ ସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ମହିଳାଙ୍କ ସ୍ବାମୀ ତାଙ୍କ ଉପରେ କିରୋସିନି ଢାଳି ନିଆଁ ଲଗାଇ ଦେଇଥିବେ ବୋଲି ସନ୍ଦେହ କରାଯାଉଛି । ଗୁରୁତର ଅବସ୍ଥାରେ ମହିଳାଙ୍କୁ ଉଦ୍ଧାର କରାଯାଇ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା କିନ୍ତୁ ବିଳମ୍ୱିତ ରାତିରେ ତାଙ୍କର ମୃତ୍ୟୁ ଘଟିଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି । ମହିଳାଙ୍କ ସ୍ବାମୀଙ୍କ ବିଷୟରେ ଏପର୍ଯ୍ୟନ୍ତ କୌଣସି ଖବର ହସ୍ତଗତ ହୋଇ ପାରିନାହିଁ ।

Comments are closed.