ରାଜ୍ୟପାଳଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ଇସ୍ପାତ, ଖଣି ଓ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଶୋକ

ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ପରଲୋକରେ ଇସ୍ପାତ, ଖଣି ଓ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମନ୍ତ୍ରୀ ମଲ୍ଲିକ ସ୍ବର୍ଗତ ସୁଶୀଳା ଦେବୀଙ୍କୁ ଜଣେ ପରୋପକାରୀ ଓ ଧର୍ମପରାୟଣା ମହିଳା ଭାବେ ଅବିହିତ କରିବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ଓ ଏଥିସହିତ ମନ୍ତ୍ରୀ ଶ୍ରୀ ମଲ୍ଲିକ ତାଙ୍କ ଆତ୍ମୀୟ ସ୍ୱଜନ ଓ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜ୍ଞାପନ କରିଛନ୍ତି।

Comments are closed.