ଆଇଏଏସ୍ ବିଜୟ କେତନଙ୍କୁ ମିଳିଲା ଜାମିନ

ଭୁବନେଶ୍ବର : ୧ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିବା ଆଇଏଏସ୍ ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତେବେ ନିମ୍ନ ଅଦାଲତ ତାଙ୍କ ଜାମିନର ସର୍ତ୍ତ ନିର୍ଦ୍ଧାରଣ କରିବେ ବୋଲି ହାଇକୋର୍ଟ କହିଛନ୍ତି । ଉଦ୍ୟାନ କୃଷି ନିର୍ଦ୍ଦେଶକ ଥିବାବେଳେ ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିଲା । ତେବେ ତାଙ୍କ ପତ୍ନୀ ଏହି ଲାଞ୍ଚ ଅଭିଯୋଗକୁ ଖଣ୍ଡନ କରିଥିଲେ ।
ଉଲ୍ଲେଖ ଯୋଗ୍ୟ, ରଜ୍ୟ ସରକାର ଆଇଏଏସ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ଡ଼ିସେମ୍ବର ୩୦ରେ ନିଳମ୍ବିତ କରିଥିଲେ। ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଥିବା ବିଜୟ କେତନ ଏକ ବିଲ ପାସ କରିବା ପାଇଁ ୧ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ଜଣାପଡ଼ିଥିଲା। ଖବର ପାଇ ଭିଜିଲାନ୍ସ ତାଙ୍କୁ ଲାଞ୍ଚ ନେଉଥିବା ସମୟରେ ଧରିବା ସହ ତାଙ୍କ ଘର ଉପରେ ଚଢାଉ କରିଥିଲା। ଭିଜିଲାନ୍ସ ପକ୍ଷରୁ ଏକକାଳୀନ ବିଜୟ କେତନଙ୍କ ଅଫିସ୍ ସହ ଅନ୍ୟ କେତେକ ସ୍ଥାନରେ ଚଢାଉ କରାଯାଇଥିଲା। ରାଜ୍ୟ ସରକାରଙ୍କ ମୋ ସରକାର ‌କାର୍ୟ୍ୟକ୍ରମ ଆଧାରରେ ବିଭିନ୍ନ ବ୍ୟକ୍ତିଙ୍କ ଠାରୁ ନିଆଯାଇଥିବା ମତାମତ ସଂଗ୍ରହରୁ ସୂଚନା ପାଇ ଭିଜିଲାନ୍ସ ତାଙ୍କୁ ଟ୍ରାପ କରିଥିଲା। ଏହାପ​ରେ ତାଙ୍କୁ ଗିରଫ କରାଯାଇଥିଲା।

Comments are closed.