ଆଇଏଏସ୍ ଅଫିସର ବିଜୟ କେତନଙ୍କ ଜାମିନ ଆବେଦନ ଖାରଜ, ରିମାଣ୍ଡରେ ନେଲା ଭିଜିଲାନ୍ସ

ଭୁବନେଶ୍ବର : ଆଇଏଏସ୍ ଅଫିସର ବିଜୟ କେତନଙ୍କ ଜାମିନ ଆବେଦନ ଖାରଜ ହୋଇଛି। ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ତାଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି। ଆସନ୍ତା ୫ତାରିଖ ଯାଏଁ ସେ ଭିଜିଲାନ୍ସ ରିମାଣ୍ଡରେ ରହିବେ। ଜାନୁୟାରୀ ୨ରୁ ୬ତାରିଖ ଯାଏଁ ତାଙ୍କୁ ଭିଜିଲାନ୍ସ ରିମାଣ୍ଡରେ ନେବା ପାଇଁ କୋର୍ଟରେ ଆବେଦନ କରିଥିଲା।

କିଛି ସମୟ ପୂର୍ବେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ତାଙ୍କର କିଛି ଷ୍ଟାଫ ତାଙ୍କୁ ଯୋଜନାବଦ୍ଧ ଭାବେ ଫସାଇ ଦେଇଥିବା ସେ କହିଥିଲେ।

ଉଲ୍ଲେଖ ଯୋଗ୍ୟ, ରଜ୍ୟ ସରକାର ଆଇଏଏସ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ଗତକାଲି ନିଳମ୍ବିତ କରିଥିଲେ। ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଥିବା ବିଜୟ କେତନ ଏକ ବିଲ ପାସ କରିବା ପାଇଁ ୧ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ଜଣାପଡ଼ିଥିଲା। ଖବର ପାଇ ଭିଜିଲାନ୍ସ ତାଙ୍କୁ ଲାଞ୍ଚ ନେଉଥିବା ସମୟରେ ଧରିବା ସହ ତାଙ୍କ ଘର ଉପରେ ଚଢାଉ କରିଥିଲା। ଭିଜିଲାନ୍ସ ପକ୍ଷରୁ ଏକକାଳୀନ ବିଜୟ କେତନଙ୍କ ଅଫିସ୍ ସହ ଅନ୍ୟ କେତେକ ସ୍ଥାନରେ ଚଢାଉ କରାଯାଇଥିଲା। ରାଜ୍ୟ ସରକାରଙ୍କ ମୋ ସରକାର ‌କାର୍ୟ୍ୟକ୍ରମ ଆଧାରରେ ବିଭିନ୍ନ ବ୍ୟକ୍ତିଙ୍କ ଠାରୁ ନିଆଯାଇଥିବା ମତାମତ ସଂଗ୍ରହରୁ ସୂଚନା ପାଇ ଭିଜିଲାନ୍ସ ତାଙ୍କୁ ଟ୍ରାପ କରିଥିଲା। ପ୍ରାୟ ୧୦ଦିନ ହେବ ଭିଜିଲାନ୍ସ ତାଙ୍କ ଉପରେ ନଜର ରଖିଥିଲା।

Comments are closed.