ମୋତେ ଫସାଇ ଦିଆଯାଇଛି : ଆଇଏଏସ୍ ବିଜୟ କେତନ

ଭୁବନେଶ୍ବର : ଗତକାଲି ୧ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍‌ସ ହାତରେ ଧରାପଡ଼ିଥିବା ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଆଇଏଏସ୍ ଅଫିସର ବିଜୟ କେତନ ଉପାଧ୍ୟାୟ ତାଙ୍କୁ ଫସାଇ ଦିଆଯାଇଥିବା କହିଛନ୍ତି। ସେ ମଙ୍ଗଳବାର ଭିଜିଲାନ୍‌ସ କୋର୍ଟରେ ହାଜର ବେଳେ ଗଣମାଧ୍ୟମର ପ୍ରତିନିଧିଙ୍କୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ମୋର କିଛି ଷ୍ଟାଫ ମୋତେ ଯୋଜନାବଦ୍ଧ ଭାବେ ଫସାଇଛନ୍ତି। ମୋତେ ଫସାଇବା ପଛରେ କିଛି ବରିଷ୍ଠ ଅଧିକାରୀଙ୍କ ହାତ ଥିବା ସେ କହିଛନ୍ତି।
ସୂଚନା ମୁତାବକ, ରଜ୍ୟ ସରକାର ଆଇଏଏସ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ଗତକାଲି ନିଳମ୍ବିତ କରିଥିଲେ। ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଥିବା ବିଜୟ କେତନ ଏକ ବିଲ ପାସ କରିବା ପାଇଁ ୧ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ଜଣାପଡ଼ିଥିଲା। ଖବର ପାଇ ଭିଜିଲାନ୍ସ ତାଙ୍କୁ ଲାଞ୍ଚ ନେଉଥିବା ସମୟରେ ଧରିବା ସହ ତାଙ୍କ ଘର ଉପରେ ଚଢାଉ କରିଥିଲା। ଭିଜିଲାନ୍ସ ପକ୍ଷରୁ ଏକକାଳୀନ ବିଜୟ କେତନଙ୍କ ଅଫିସ୍ ସହ ଅନ୍ୟ କେତେକ ସ୍ଥାନରେ ଚଢାଉ କରାଯାଇଥିଲା। ରାଜ୍ୟ ସରକାରଙ୍କ ମୋ ସରକାର ‌କାର୍ୟ୍ୟକ୍ରମ ଆଧାରରେ ବିଭିନ୍ନ ବ୍ୟକ୍ତିଙ୍କ ଠାରୁ ନିଆଯାଇଥିବା ମତାମତ ସଂଗ୍ରହରୁ ସୂଚନା ପାଇ ଭିଜିଲାନ୍ସ ତାଙ୍କୁ ଟ୍ରାପ କରିଥିଲା। ପ୍ରାୟ ୧୦ଦିନ ହେବ ଭିଜିଲାନ୍ସ ତାଙ୍କ ଉପରେ ନଜର ରଖିଥିଲା।

Comments are closed.