ଆଉ ୨୦୩ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ ଆରୋଗ୍ୟଙ୍କ ସଂଖ୍ୟା ୪୯୪୬କୁ ବୃଦ୍ଧି

ଭୁବନେଶ୍ଵର : ରାଜ୍ୟରେ ସୋମବାର ଆଉ ୨୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୪୯୪୬କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବା​ର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।​‌

ଆଜି ଗଞ୍ଜାମ ଜିଲାରୁ ସର୍ବଧିକ ୬୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଗଜପତିରୁ ୨୦, ଖୋର୍ଦ୍ଧାରୁ ୧୯, କଟକରୁ ୧୮, ଭଦ୍ରକରୁ ୧୪, କେନ୍ଦୁଝରରୁ ୧୩, ନୟାଗଡରୁ ୧୨ ଓ ୟୂରଭଞ୍ଜରୁ ୧୦ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।  ଅନ୍ୟପକ୍ଷରେ ଯାଜପୁରରୁ ୯, ବାଲେଶ୍ବରରୁ ୮ ଓ କେନ୍ଦ୍ରାପଡାରୁ ୭ ଜଣ ସୁସ୍ଥ ହୋଇଛନ୍ତି।

ସେହିପରି ଅନୁଗୋଳ ଜିଲାରୁ ୪ଜଣ, ଢେଙ୍କାନାଳରୁ ୩ ଜଣ, ବଲାଙ୍ଗୀର ଏବଂ ଜଗତସିଂହପୁରରୁ ୨ଜଣ ଲେଖାଏଁ ଏବଂ ଦେବଗଡ ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ତେବେ ରାଜ୍ୟରେ କରୋନା ଆରୋଗ୍ୟ ହାର ୬୯.୬୪ ପ୍ରତିଶତକୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହାର ୦.୩୯% ରହିଛି। ରାଜ୍ୟରେ କରୋନା ମହାମାରୀ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଦେଶରେ ଏକ ପ୍ରମୁଖ ରାଜ୍ୟ ଭାବେ ପରିଗଣିତ ହୋଇଛି।

 

Comments are closed.