ଦେଶରେ ୧୨ ହଜାର ଟପିଲା ଦୈନିକ ସଂକ୍ରମଣ; ଆଉ ୧୧ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ବଢ଼ୁଛି କରୋନା ସଂକ୍ରମଣ । ଆଜି ଦେଶରେ ୧୨ ହଜାର କରୋନା ଦୈନିକ ସଂକ୍ରମଣ ପାର୍‌ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଆଉ  ୧୨ହଜାର ୨୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ କିଛି ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ହେଉଛି । କରୋନା ଯୋଗୁ ଗତ ୨୪ ଘଣ୍ଟାରେ ଆଉ ୧୧ଜଣଙ୍କ ମୃତ୍ୟୁ ହୋଇଛି । ସେପଟେ ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ୬୦ ହଜାର ନିକଟତର ହୋଇଛି ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୫୮, ୨୧୫ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।

ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର  ମଧ୍ୟ ବୃଦ୍ଧି ପାଉଛି । ଦେଶରେ ପଜିଟିଭିଟି ହାର ୨.୩୫ ପ୍ରତିଶତକୁ ବୃଦ୍ଧି ପାଇଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୪ ହଜାର ୮୦୩ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୨୬,୭୪,୭୨୧ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୫.୬୭ ​‌କୋଟି ଡୋଜ୍‌ ଟିକା ଦିଆସରିଲାଣି ।

Comments are closed.