ଦେଶରେ ଆଉ ୧୭ହଜାର ୩୩୬ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ପ୍ରତ୍ୟେକ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଲଗାତର କିଛି ଦିନ ହେବ ଦେଶରେ ସଂକ୍ରମଣ ବଢ଼ିବା ବେଳେ ଗତ ୨୪ ଘଣ୍ଟାରେ ସାରା ଦେଶରୁ ଆଉ ୧୭ହଜାର ୩୩୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେପଟେ ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ୮୮ ହଜାର ଟପିଛି ମୋଟ୍ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ ୮୮, ୨୮୪ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।

ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର ମଧ୍ୟ ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି । ସେପଟେ ଦେଶରେ ମୋଟ୍‌ ୫ଲକ୍ଷ ୨୪ ହଜାର ୯୫୪ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୨୭,୪୯,୦୫୬ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୬.୭୭ ‌କୋଟି ଡୋଜ୍‌ ଟିକା ଦିଆସରିଲାଣି ।

Comments are closed.