ଦେଶରେ ୧ଲକ୍ଷ ଟପିଲା ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା; ଗତ ୨୪ ଘଣ୍ଟାରେ ଆଉ ୧୮ହଜାର ୮୧୯ ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ବଢ଼ୁଛି କରୋନା ସଂକ୍ରମଣ । ପ୍ରତ୍ୟେକ ଦିନ ଦେଶରେ କରୋନା ସଂକ୍ରମଣ ବଢ଼ୁଥିବା ଦେଖିବାକୁ ମିଳିଲାଣି । ଆଜି ଦେଶରେ ଦୈନିକ କରୋନା ସଂକ୍ରମଣ ୧୮ହଜାର ଟପିଛି ।  ଗତ ୨୪ ଘଣ୍ଟାରେ ଆଉ ୧୮ହଜାର ୮୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା​ ଦିଆଯାଇଥିବା ବେଳେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି ହେଉଛି । ଗୋଟିଏ ଦିନରେ ଦେଶରେ ୩୯ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଆଜି ଏକ ଲକ୍ଷ ଟପିଛି ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୧ଲକ୍ଷ ୪ହଜାର ୫୫୫ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।

ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର  ମଧ୍ୟ ବୃଦ୍ଧି ପାଉଛି । ଦେଶରେ ପଜିଟିଭିଟି ହାର ୪.୧୬% ରହିଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୫ ହଜାର ୧୧୬ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୨୮,୨୨,୪୯୩ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୭.୬୧ ​‌କୋଟି ଡୋଜ୍‌ ଟିକା ଦିଆସରିଲାଣି ।

 

Comments are closed.