ଦେଶରେ ଆଉ ୧୭ହଜାର ୭୦ କରୋନା ଆକ୍ରାନ୍ତ ଚିହ୍ନଟ; ୨୩ ମୃତ

ନୂଆଦିଲ୍ଲୀ: ଦେଶରେ କମୁନି କରୋନା ସଂକ୍ରମଣ । ପ୍ରତ୍ୟେକ ଦିନ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଆଜି ବି ଦେଶରେ ୧୭ ହଜାର ଉପରେ ଦୈନିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଆଉ ୧୭ହଜାର ୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ସେହିପରି ଗୋଟିଏ ଦିନରେ କରୋନାରୁ ଆଉ ୧୪ହଜାର ୪୧୩ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ କିଛି ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ହେଉଛି ।

କରୋନା ଯୋଗୁ ଗତ ୨୪ ଘଣ୍ଟାରେ ଆଉ ୨୩ଜଣଙ୍କ ମୃତ୍ୟୁ ହୋଇଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୭ହଜାର ଟପିଛି । ଦେଶରେ ମୋଟ୍‌ ୧ଲକ୍ଷ ୭ହଜାର ୧୮୯ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।

ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର  ମଧ୍ୟ ବୃଦ୍ଧି ପାଉଛି । ଦେଶରେ ଆଜି ଦୈନିକ ସଂକ୍ରମଣ ହାର ୩,୪୦ ପ୍ରତିଶତ ରହିଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୫ ହଜାର ୧୩୯ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୨୮,୩୬,୯୦୬ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୭.୭୪ ​‌କୋଟି ଡୋଜ୍‌ ଟିକା ଦିଆସରିଲାଣି ।

Comments are closed.