ଦେଶରେ ଆଉ ୧୭ହଜାର ୯୨ପଜିଟିଭ୍‌ ଚିହ୍ନଟ; ୨୯ମୃତ

ନୂଆଦିଲ୍ଲୀ: ଦେଶରେ ଦେଶରେ କମୁନି କରୋନା ସଂକ୍ରମଣ । ପ୍ରତ୍ୟେକ ଦିନ ଦେଶରେ କରୋନା ସଂକ୍ରମଣ ୧୭ ହଜାର ଉପରେ ରହୁଛି ।  ଗତ ୨୪ ଘଣ୍ଟାରେ ଦେଶରେ ଆଉ ୧୭ହଜାର ୯୨ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା​ ଦିଆଯାଇଥିବା ବେଳେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି ହେଉଛି । ଗୋଟିଏ ଦିନରେ ଦେଶରେ ୨୯ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୧ଲକ୍ଷ ୯ହଜାର ୫୬୮ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।

ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର  ମଧ୍ୟ ବୃଦ୍ଧି ପାଉଛି । ଦେଶରେ ପଜିଟିଭିଟି ହାର ୪. ୧୪ % ରହିଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୫ ହଜାର ୧୬୮ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୨୮,୫୧,୫୯୦ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୭.୮୪ ​‌କୋଟି ଡୋଜ୍‌ ଟିକା ଦିଆସରିଲାଣି ।

Comments are closed.