ଦେଶରେ ଆଉ ୧୬ହଜାର ୧୦୩ କରୋନା ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ଆଉ ୧୬ହଜାର ୧୦୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ପ୍ରତ୍ୟେକ ଦିନ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭ ହଜାର ଟପୁଥିବା ବେଳେ ଆଜି ସଂକ୍ରମଣରେ ସମାନ୍ୟ ହ୍ରାସ ଘଟିଛି । ହେଲେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି । ଗୋଟିଏ ଦିନରେ ଦେଶରେ ଆଉ ୩୧ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୧ଲକ୍ଷ ୧୧ହଜାର ୭୧୧ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।

ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର  ମଧ୍ୟ ବୃଦ୍ଧି ପାଉଛି । ଦେଶରେ ପଜିଟିଭିଟି ହାର ୪. ୨୭ % ରହିଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୫ ହଜାର ୧୯୯ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୨୮,୬୫,୫୧୯ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୭.୯୫ ​‌କୋଟି ଡୋଜ୍‌ ଟିକା ଦିଆସରିଲାଣି ।

Comments are closed.