ଦେଶରେ ଆଉ ୧୬ହଜାର ୧୫୯ ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ ଆଉ ୧୬ହଜାର ୧୫୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୧ଲକ୍ଷ ୧୫ହଜାର ୨୧୨ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି । ସେହିପରି ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ ମୃତ୍ୟୁ ସଂଖ୍ୟାରେ ମଧ୍ୟ ରୋକ୍‌ ଲାଗୁନାହିଁ । ଗୋଟିଏ ଦିନରେ ଦେଶରେ ଆଉ ୨୮ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର  ମଧ୍ୟ ବୃଦ୍ଧି ପାଉଛି । ଦେଶରେ ପଜିଟିଭିଟି ହାର ୩.୫୬% ରହିଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୫ ହଜାର ୨୭୦ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୨୯,୦୭,୩୨୭ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୮.୨୦ ​‌କୋଟି ଡୋଜ୍‌ ଟିକା ଦିଆସରିଲାଣି ।

Comments are closed.