ଦେଶରେ ଆଉ ୧୬ ହଜାର ୨୯୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କମୁନି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଆଉ ୧୬ ହଜାର ୨୯୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ତୁଳନାରେ ଆଜି ସୁସ୍ଥତା ସଂଖ୍ୟା ବୃଦ୍ଧି ପାଇଛି । ଫଳରେ ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି । ଗୋଟିଏ ଦିନରେ କରୋନାରୁ ଆଉ ୧୯ ହଜାର ୪୩୧ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତା ସଂଖ୍ୟାକୁ ମିଶାଇ ଦେଶରେ ମୋଟ୍‌ ଏଯାଏ ୪,୩୫,୫୫,୦୪୧ ଜଣ ସୁସ୍ଥ ହୋଇସାରିଛନ୍ତି । ସେହିପରି ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ୍‌ କରୋନା ଜନିତ ମୃତ୍ୟୁସଂଖ୍ୟା ୫,୨୬,୮୭୯ ରହିଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧.୨୫,୦୭୬ ରହିଛି । ଦେଶରେ ଦୈନିକ ପଜିଟିଭିଟି ହାର ୪.୯୬ ପ୍ରତିଶତ ରହିଛି ।

Comments are closed.