ଦେଶରେ କମିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଗତ କିଛି ଦିନ ହେବ ୫ ହଜାର ତଳେ କରୋନା ମାମଲା ଚିହ୍ନଟ ହେଉଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ଆଉ ୪ହଜାର ୧୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ସେହିପରି ଗୋଟିଏ ଦିନରେ ଆଉ ୪,୬୮୮ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଥିବା ସୂଚନା ଦିଆଯାଇଛି । ଗତ କିଛିଦିନ ହେବ ଦେଶରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ, ଲଗାତର କିଛି ଦିନ ହେବ ୫ ହଜାର ତଳେ କରୋନା ଦୈନିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି ।

ଦେଶରେ ଲଗାତର କରୋନା ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ବଢ଼ୁଥିବାରୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ଦେଶରେ ମୋଟ୍‌ କରୋନା ସକ୍ରିୟ ମାମଲା ବର୍ତ୍ତମାନ ୪୩,୪୧୫ ରହିଛି । ସେହିପରି ଦେଶରେ ଦୈନିକ ପଜିଟିଭିଟି ହାର ୨.୫୧ ପ୍ରତିଶତ ରହିଛି । ବର୍ତ୍ତମାନ ପର୍ଯ୍ୟନ୍ତ ସମୁଦାୟ ୪,୪୦,୦୦,୨୯୮ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ମୋଟ ୫ଲକ୍ଷ ୨୮ହଜାର ୫୩୦ ଜଣଙ୍କ ମୃତ୍ୟୁ ଘଟିଛି ।

Comments are closed.