ଦେଶରେ ୯୫୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ବଢ଼ୁଛି କରୋନା ଜନିତ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୯୫୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ । ଦେଶରେ ଗୋଟିଏ ଦିନରେ ଆଉ ୨,୦୯,୯୧୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ତୁଳନାରେ ଦେଶରେ ସୁସ୍ଥତା ସଂଖ୍ୟା ମଧ୍ୟ ବୃଦ୍ଧି ଘଟିଛି । ଗତ ୨୪ ଘଣ୍ଟାରେ ଦେଶରେ ୨,୬୨,୬୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ବଢ଼ୁଥିବାରୁ କମୁଛି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ।

ଦେଶରେ ଏଯାଏ ମୋଟ୍ କରୋନା ସକ୍ରିୟ ମାମଲା ରହିଛି ୧୮,୩୧,୨୬୮। ଅନ୍ୟପଟେ ଦେଶରେ ଦୈନିକ ପଜିଟିଭିଟି ହାର ୧୫.୭୭% ରହିଛି । ସଂକ୍ରମଣକୁ ଦୃଷ୍ଟିରେ ରଖି ଟିକାକରଣକୁ ମଧ୍ୟ ଜୋରଦାର କରାଯାଉଛି । ଦେଶରେ ଏଯାଏ ୧,୬୬,୦୩,୯୬,୨୨୭ ଲୋକଙ୍କ ଟିକାକରଣ ହେଲାଣି

Comments are closed.