ଦେଶରେ ୩ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ବଢ଼ୁଛି କରୋନା ସଂକ୍ରମଣ । ଲଗାତର କିଛି ଦିନ ହେବ ଦେଶରେ ଧୀରେଧୀରେ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଆଜି ଦେଶରେ ୩ହଜାର ଉପରେ ଦୈନିକ ସଂକ୍ରମଣ ମାମଲା ରହିଛି  ।  ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ୩ହଜାର ୩୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନାରୁ ଗୋଟିଏ ଦିନରେ ୨ହଜାର ୫୬୩ଜଣ ସଂକ୍ରମିତ ସୁସ୍ଥ ​‌ହୋଇଛନ୍ତି । ସଂକ୍ରମଣ ତୁଳନାରେ ଦେଶରେ ସୁସ୍ଥତା ହାର ମଧ୍ୟ ହ୍ରାସ ପାଉଛି । ଯାହା ଫଳରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ବଢ଼ିବାର ଲାଗିଛି ।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ ହଜାର ୯୮୦ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଦେଶରେ ଦୈନିକ ପଜିଟିଭିଟି ହାର ୦.୬୬%କୁ ବୃଦ୍ଧି ପାଇଛି । ଏଯାଏ ଦେଶରେ କରୋନାରୁ ମୋଟ୍‌ ୪,୨୫,୨୮,୧୧୬ଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ୫,୨୩,୬୯୩ ଜଣଙ୍କ ମୃତ୍ୟୁ ହୋଇଛି ।

Comments are closed.