ଦେଶରେ ଆଉ ୩ହଜାର ୧୫୭ ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ୩ ହଜାର ତଳକୁ ଖସୁନି ଦୈନିକ କରୋନା ମାମଲା । ପ୍ରତ୍ୟେକ ଦିନ ୩ ହଜାର ଉପରେ ଦୈନିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୩ହଜାର ୧୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ  ଦେଶରେ ମୋଟ୍ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ ହଜାର ୫୦୦ ରହିଛି । ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଦେଶରେ ଦୈନିକ ପଜିଟିଭିଟି ହାର ମଧ୍ୟ ବୃଦ୍ଧି ପାଇଛି । ଏଯାଏ ଦେଶରେ କରୋନାରୁ ମୋଟ୍‌ ୪,୨୫,୩୮,୯୭୬ଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ୫,୨୩,୮୬୯ ଜଣଙ୍କ ମୃତ୍ୟୁ ହୋଇଛି ।

Comments are closed.