ଦେଶରେ ଆଉ ୨,୨୦୨ କରୋନା ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମଣ । ଗତ କିଛି ଦିନ ହେବ ଦେଶରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରୁ ଆଉ ୨ହଜାର ୨୦୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଗୋଟିଏ ଦିନରେ କରୋନା ଯୋଗୁ ସାରା ଦେଶରେ ୨୭ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ । କରୋନାରୁ ଗତ ୨୪ ଘଣ୍ଟାରେ ୨,୫୫୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭,୩୧୭ ରହିଛି । ସଂକ୍ରମଣ ତୁଳନାରେ ଦେଶରେ ଦୈନିକ ପଜିଟିଭିଟି ହାର ୦.୫୯ ପ୍ରତିଶତକୁ ହ୍ରାସ ପାଇଛି ।  ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଏଯାଏ ଦେଶରେ କରୋନାରୁ ମୋଟ୍‌ ୪,୨୫,୮୨,୨୪୩ଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ୫,୨୪,୨୪୧ ଜଣଙ୍କ ମୃତ୍ୟୁ ହୋଇଛି ।

Comments are closed.