ଦିନକରେ ଦେଶରେ ୬୬ ହଜାର ୯୯୯ କରୋନା ଆକ୍ରାନ୍ତ; ୯୪୨ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୬୬ ହଜାର ୯୯୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ଲକ୍ଷ ୯୬ହଜାର ୬୩୭ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୯୪୨ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୪୭ ହଜାର ୦୩୩କୁ ବୃଦ୍ଧି ପାଇଛି। ଦେଶରେ ଏବେ ୬ଲକ୍ଷ ୫୩ ହଜାର ୬୨୨ ଜଣ ସକ୍ରିୟ ରୋଗୀ ଥିବାବେଳେ ୧୬ଲକ୍ଷ ୯୫ ହଜାର୯୮୨ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.