ଦେଶରେ ୬୦ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟାରେ ୧୦୨୩ ଆକ୍ରାନ୍ତ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୭୫ ହଜାର ୭୬୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ଲକ୍ଷ ୧୦ ହଜାର ୨୩୪ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧୦୨୩ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଫଳରେ ମୃତ୍ୟୁ ସଂଖ୍ୟା ୬୦ ହଜାର ପାର କରିଛି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୬୦ ହଜାର ୪୭୨ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୭ଲକ୍ଷ ୨୫ ହଜାର ୯୯୧ ଜଣ ସକ୍ରିୟ ରୋଗୀ ଥିବାବେଳେ ୨୫ ଲକ୍ଷ ୨୩ ହଜାର ୭୭୧ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।