ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୯୦ ହଜାରୁ ଉର୍ଦ୍ଧ୍ବ ନୂଆ ଆକ୍ରାନ୍ତ, ୧୦୧୬ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦ ହଜାର ପାର କରିଥିବା ବେଳେ ୧୦୧୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୭୧ ହଜାର ୬୪୨ କୁ ବୃଦ୍ଧି ପାଇଛି। ଆଜି ୯୦ ହଜାର ୮୦୨  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ଲକ୍ଷ ୦୪ ହଜାର ୬୧୩ରେ ପହଞ୍ଚିଛି। ଦେଶରେ ଏବେ ୮ ଲକ୍ଷ ୮୨ ହଜାର ୫୪୨ ଜଣ ସକ୍ରିୟ ରୋଗୀ ଥିବାବେଳେ ୩୨ ଲକ୍ଷ ୫୦ ହଜାର ୪୨୯ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.