ଦେଶରେ ପୁଣି ୨ଲକ୍ଷ ୬୧ହଜାର ୫୦୦ ନୂଆ କରୋନା ପଜିଟିଭ ଚିହ୍ନଟ, ୧୫୦୧ ମୃତ

ଦେଶରେ ଗତ ୨୪ ଘଣ୍ଟାରେ ୨ଲକ୍ଷ ୬୧ ହଜାର ୫୦୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ପଜିଟିଭ ସଂଖ୍ୟା ୧ କୋଟି ୪୭ ଲକ୍ଷ ୮୮ ହଜାର ୧୦୯କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧ ହଜାର ୫୦୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭୭ ହଜାର ୧୫୦ରେ ପହଞ୍ଚିଛି।

ଦିନକରେ ୧ ଲକ୍ଷ ୩୮ ହଜାର ୪୨୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧ କୋଟି ୨୮ ଲକ୍ଷ ୯ ହଜାର ୬୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮ ଲକ୍ଷ ୧ ହଜାର ୩୧୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।


ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୧ ହଜାର ୫୦୧ ଜଣ ସଙ୍କ୍ରମିତଙ୍କ ମୃତ୍ୟୁ ହେବା ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭୭ ହଜାର ୧୫୦କୁ ବୃଦ୍ଧି ପାଇଛି। ଏବେ ଦେଶରେ କରୋନା ଜନିତ ମୃତ୍ୟୁ ହାର ୧.୨୧% ରହିଥିବା ବେଳେ ଆରୋଗ୍ୟ ହାର ୮୭.୨୩% ରହିଛି।

Comments are closed.