କରୋନା : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୯୩ ମୃତ, ୮୩୮୦ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ମହାମାରୀ କରୋନା ଭାରତରେ କାୟା ବିସ୍ତାର କରିବାରେ ଲାଗିଛି । ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବାରେ ଲାଗିଛି । ବର୍ତ୍ତମାନ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୧ ଲକ୍ଷ ୮୨ ହଜାର ୧୪୩ ଥିବା ବେଳେ ମୃତ୍ୟୁ ସଂଖ୍ୟା ୫ ହଜାର ୧୬୪ରେ ପହଞ୍ଚିଛି । ଏଥି ସହିତ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୯୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮୩୮୦ ନୂଆ ମାମାଲା ସାମ୍ନାକୁ ଆସିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ଦେଶରେ ୧ ଲକ୍ଷ ୮୨ ହଜାର ୧୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୬ ହଜାର ୯୮୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫ ହଜାର ୧୬୪ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଦେଶରେ ବର୍ତ୍ତମାନ ୮୯ ହଜାର ୯୯୫ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Comments are closed.