ଭାରତରେ ହୁ ହୁ ହୋଇ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା : ଗତ ୨୪ ଘଣ୍ଟାରେ ୨୭୩ ମୃତ, ୯୮୫୧ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : ସମଗ୍ର ବିଶ୍ଵରେ ଆତଙ୍କ ଖେଳାଇଥିବା ମହାମାରୀ କରୋନା ଭାରତରେ ମଧ୍ୟ ହୁ ହୁ ହୋଇ ବଢିବାରେ ଲାଗିଛି । ଦେଶର ସ୍ଥିତି ଧିରେ ଧିରେ ଜଟିଳ ଆଡକୁ ଗତି କରୁଛି । କାରଣ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରେକର୍ଡ ଭାଙ୍ଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯ ହଜାର ୮୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହା ଗୋଟିଏ ଦିନରେ ସର୍ବାଧିକ ଅଟେ । ଏଥି ସହ ଦେଶରେ ଗତ ୨୪ ଘଣ୍ଟାରେ ୨୭୩ ଟି କରୋନା ଜନିତ ମୃତ୍ୟୁ ହୋଇଥିବା ସୂଚନା ଦେଇଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।


ଦିନକୁ ଦିନ ମହାମାରୀ କରୋନାକୁ ନେଇ ବିଶ୍ବରେ ସଙ୍କଟ ବଢ଼ିବାରେ ଲାଗିଛି । ଭାରତରେ ମଧ୍ୟ ସ୍ଥିତି ବେକାବୁ ହେବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ଭାରତରେ ୨ ଲକ୍ଷ ୨୬ ହଜାର ୭୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୋମନଙ୍କ ମଧ୍ୟରୁ ୧ଲକ୍ଷ ୯ ହଜାର ୪୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ​‌ବେଳେ ୬ ହଜାର ୩୪୮ ଜଣଙ୍କର ପ୍ରାଣହାନୀ ହୋଇଛି । ସେହିପରି ବର୍ତ୍ତମାନ ଦେଶରେ ୧ ଲକ୍ଷ ୧୦ ହଜାର ୯୬୦ ଜଣ ସଂକ୍ରମିତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Comments are closed.