ଦେଶରେ ୨୪ ଘଣ୍ଟାରେ ୮୫୮୨ କରୋନା ସଂକ୍ରମିତ ଚିହ୍ନଟ, ୪ ମୃତ

ନୂଆଦିଲ୍ଲୀ: ଦେଶରେ ଧିରେ ଧିରେ ପୁଣି ଉପରମୁହାଁ ହେବାରେ ଲାଗିଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ ୮,୫୮୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହ ୪ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ୮,୫୮୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୨,୨୨,୦୧୭ରେ ପହଞ୍ଚିଛି।

ଅପରପକ୍ଷେ, ଗତ ୨୪ ଘଣ୍ଟାରେ ହୋଇଥିବା ୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କରୋନାଜନିତ ମୃତ୍ୟୁସଂଖ୍ୟା ୫,୨୪,୭୬୧ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୪୪୩୫ ଜଣ ସୁସ୍ଥ ହୋଇଥିବା ବେଳେ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ୪,୨୬,୫୨,୭୪୩ ହୋଇଛି। ବର୍ତ୍ତମାନ ଦେଶରେ ୪୪୫୧୩ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୫,୦୭,୦୮,୫୪୧ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

Comments are closed.