୧୧ ହଜାର ୬୪୯ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ : ସକ୍ରିୟ ଆକ୍ରାନ୍ତ ହାର ୧.୨୮%

ନୂଆଦିଲ୍ଲୀ : ଦେଶରେ କରୋନା ଆରୋଗ୍ୟ ହାର ୯୭.୨୯ ପ୍ରତିଶତକୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯ ହଜାର ୪୮୯ ଜଣ ସୁସ୍ଥ ହେବା ପରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧ କୋଟି ୬ ଲକ୍ଷ ୨୧ ହଜାର ୨୨୦ କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ଦିନକରେ ଆଉ ୧୧ ହଜାର ୬୪୯ କୋରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୯ ଲକ୍ଷ ୧୬ ହଜାର ୫୮୯ କୁ ବୃଦ୍ଧି ପାଇଛି । ଦେଶରେ ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୩୯ ହଜାର ୬୩୭ ରହିଛି । ମୋଟ ଆକ୍ରାନ୍ତଙ୍କ ତୁଳନାରେ ସକ୍ରିୟ ଆକ୍ରାନ୍ତ ହାର ୧.୨୮ ପ୍ରତିଶତକୁ ହ୍ରାସ ପାଇଛି।
ସେହିପରି ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୯୦ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ମୋଟ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୫ ହଜାର ୭୩୨ରେ ପହଞ୍ଚିଛି। ଦେଶରେ କରୋନା ଜନିତ ମୃତ୍ୟୁ ହାର ୧.୪୩ ପ୍ରତିଶତ ରହିଛି ।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୪ ଲକ୍ଷ ୮୬ ହଜାର ୧୨୨ଟି କୋଭିଡ ନମୂନା ପାରକ୍ଷା କରାଯାଇଥିବା ବେଳେ ମୋଟ ୨୦ କୋଟି ୬୭ ଲକ୍ଷ ୧୬ ହଜାର ୬୩୪ନମୂନା ପାରକ୍ଷା କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Comments are closed.