ଦେଶରେ ଆଉ ୧୫ ହଜାର ୮୧୫ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ମଧ୍ୟ କରୋନା ସଂକ୍ରମଣ କମିବାରେ ଲାଗିଛି । ଦିନକରେ ଆଉ ୧୫ ହଜାର ୮୧୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ କୋଟି ୪୨ ଲକ୍ଷ ୩୯ ହଜାର ୩୭୨କୁ ବୃଦ୍ଧି ପାଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୨୦ ହଜାର ୧୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଫଳରେ ଦେଶରେ ମୋଟ ଆରୋଗ୍ୟ ସଂଖ୍ୟା ୪ କୋଟି ୩୫ ଲକ୍ଷ ୯୩ ହଜାର ୧୧୨ରେ ପହଞ୍ଚିଛି । ଦେଶରେ କରୋନା ଆରୋଗ୍ୟ ହାର ୯୮.୫୪ % ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସହ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୬ ହଜାର ୯୯୬ରେ ପହଞ୍ଚିଛି।

ଦେଶରେ ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୧୯ ହଜାର ୨୬୪ ରହିଛି। ଅନ୍ୟପକ୍ଷରେ ସକ୍ରିୟ ଆକ୍ରାନ୍ତ ହାର ୦.୨୭ % ରହିଛି।

Comments are closed.