ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଟ୍ବେଣ୍ଟି-୨୦ : ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି

ଇନ୍ଦୋର : ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ତିନିଟିକିଆ ମ୍ୟାଚ୍ ବିଶିଷ୍ଟ ଟ୍ବେଣ୍ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଆରମ୍ଭ ହୋଇଛି। ଏହି ମ୍ୟାଚରେ ଭାରତର ଅଧିନାୟକ ବିରାଟ କୋହଲି ପ୍ରଥମେ ମ୍ୟାଚ ଜିତି ଶ୍ରୀଲଙ୍କାକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଛନ୍ତି। ଗୌହାଟୀରେ ପ୍ରଥମ ମ୍ୟାଚ୍ ବର୍ଷାରେ ଧୋଇ ହୋଇ ଯାଇଥିଲା। ପ୍ରଥମ ମ୍ୟାଚ ବର୍ଷା ପାଇଁ ବାତିଲ ହୋଇଯିବା କାରଣରୁ ସିରିଜ ହାତେଇବା ପାଇଁ ଉଭୟ ଦଳକୁ ଏହି ମ୍ୟାଚ ଜିତିବାକୁ ପଡ଼ିବ। ଆଜିର ମ୍ୟାଚରେ ଉଭୟ ଦଳରେ କୌଣସି ପରିବର୍ତ୍ତନ କରାଯାଇନାହିଁ। ଏହି ମ୍ୟାଚ୍ ଜରିଆରେ ବହୁ ଦିନ​‌ହେବ ଆହତ ଥିବା ଶିଖର ଧୱନ୍ ଓ ଯଶପ୍ରୀତ ବୁମ୍ରା ଅନ୍ତର୍ଜାତୀୟ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି।

Comments are closed.