ଅଜଣା ଗାଡ଼ି ଧକ୍କାରେ ଗୁରୁତର ସାଇକେଲ ଆରୋହୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରି ନିକଟରେ ସୋମବାର ରାତିରେ ଅଜଣା ଗାଡ଼ି ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ହୋଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ କେନ୍ଦୁଝର ଡାକ୍ତରଖାନା ଓ ପରେ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ଆଜି ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ମୃତ ଯୁବକ ବାଉଁଶୁଳି ପଞ୍ଚାୟତ ଭୁଲୁଦା ଗ୍ରାମର ବିପିନ୍ ନାଏକଙ୍କ ପୁଅ ବିଦସୀ ନାଏକ ବୋଲି ଜଣାପଡିଛି । ଏ ନେଇ ତୁରୁମୁଙ୍ଗା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି ।

Comments are closed.