ବିଜେପିରେ ଯୋଗଦେଲେ ଏନସିପି ନେତା ଉଦୟାନରାଜେ

0

ନୂଆଦିଲ୍ଲୀ : ବରିଷ୍ଠ ରାଷ୍ଟ୍ରୀୟ କଂଗ୍ରେସ ପାର୍ଟି (ଏନସିପି) ନେତା ଉଦୟାନରାଜେ ଭୋସଲେ ଦଳ ଏବଂ ଲୋକସଭା ସଦସ୍ୟତାରୁ ଇସ୍ତଫା ଦେଇ ଶନିବାର ବିଜେପିରେ ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି।

ଉଦୟାନରାଜେ ଶନିବାର ଲୋକସଭା ବାଚସ୍ପତି ଓମ ବର୍ଲାଙ୍କୁ ଭେଟି ନିଜ ଇସ୍ତଫାପତ୍ର ପ୍ରଦାନ କରିଥିଲେ। ଏହାପରେ ସେ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଜେପିରେ ଆନୁଷ୍ଠାନିକ ଭାବେ ଯୋଗ ଦେଇଛନ୍ତି। ଏହି ଅବସରରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା, ବିଜେପି କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ପଡ଼ନାଭୀସଙ୍କ ସମେତ ବିଜେପିର ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ। ମୋଦୀ ଓ ଶାହାଙ୍କ ନେତୃତ୍ୱରେ ଅନୁପ୍ରାଣିତ ହୋଇ ସେ ବିଜେପିରେ ଯୋଗଦେଇଥିବା ପ୍ରକାଶ କରିଛନ୍ତି।

Leave A Reply