ଟସ୍ ଜିତି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ବୋଲିଂ ନିଷ୍ପତ୍ତି

ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ଦିଲ୍ଲୀ କ୍ୟାପିଟାଲ୍‌ସ ମଧ୍ୟରେ ମୁକାବିଲା

ଆବୁଧାବି : ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ତ୍ରୟୋଦଶତମ ସଂସ୍କରଣର ସୋମବାର ୧୯ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ଦିଲ୍ଲୀ କ୍ୟାପିଟାଲ୍‌ସ ମୁହାଁ ମୁହିଁ ହୋଇଛନ୍ତି। ଏହି ମ୍ୟାଚ ଆବୁଧାବିରେ ଖେଳାଯାଉଛି। ଉଭୟ ଦଳ ୫ତମ ମ୍ୟାଚ ଖେଳୁଥିବାବେଳେ ଆଜିର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି।
ଶ୍ରେୟସ ଆୟାରଙ୍କ ନେତୃତ୍ବାଧିନ ଦିଲ୍ଲୀ କ୍ୟାପିଟାଲ୍‌ସ ୪ଟି ମ୍ୟାଚରୁ ୩ଟି ବିଜୟ ଓ ଗୋଟିଏ ପରାଜୟ ସହ ୬ ପଏଣ୍ଟ ପାଇ ଗ୍ରୁପ ଶୀର୍ଷ ସ୍ଥାନରେ ରହିଛି। ସେହିପରି ବିରାଟ କୋହଲିଙ୍କ ନେତୃତ୍ବାଧିନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୪ଟି ମ୍ୟାଚରୁ ୩ଟି ବିଜୟ ଓ ଗୋଟିଏ ପରାଜୟ ସହ ୬ ପଏଣ୍ଟ ପାଇ ପଏଣ୍ଟ ତାଲିକାର ଦ୍ବିତୀୟ ସ୍ଥାନରେ ରହିଛି।

Comments are closed.