ଆଇପିଏଲ-୨୦୨୦ର ପ୍ରଥମ କ୍ବାଲିଫାୟର; ଟସ୍ ଜିତି ଦିଲ୍ଲୀ କ୍ୟାପିଟାଲ୍‌ସର ବୋଲିଂ ନିଷ୍ପତ୍ତି

ଦୁବାଇ : ଆଇପିଏଲର ୧୩ତମ ସଂସ୍କରଣର ପ୍ରଥମ କ୍ବାଲିଫାୟର ମ୍ୟାଚ୍ ଆରମ୍ଭ ହୋଇଛି।ଆଜିର ମ୍ୟାଚରେ‌ ଗତବର୍ଷର ଚମ୍ପିଆନ ମୁମ୍ବଇ ଇଣ୍ଡିଆନ୍‌ସ ଓ ଦିଲ୍ଲୀ କ୍ୟାପିଟାଲ୍‌ସ ମୁହାଁମୁହିଁ ହୋଇଛନ୍ତି ।ପ୍ରଥମ କ୍ବାଲିଫାୟର ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍‌ସର ଅଧିନାୟକ ଶ୍ରେୟସ୍ ଆୟର ପ୍ରଥମେ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ।ଉଭୟ ଦଳ ବିଜୟ ସହ ସିଧାସଳଖ ଫାଇନାଲକୁ ଉନ୍ନୀତ ହେବା ଲକ୍ଷ୍ୟ ରଖିଛନ୍ତି।ରୋହିତ ଶର୍ମାଙ୍କ ନେତୃତ୍ବାଧିନ ମୁମ୍ବଇ ଇଣ୍ଡିଆନ୍‌ସ ୧୪ଟି ଲିଗ୍‌ ମ୍ୟାଚରୁ ୯ଟି ବିଜୟ ଓ ୫ଟି ପରାଜୟ ସହ ୧୮ ପଏଣ୍ଟ ପାଇ ଶୀର୍ଷରେ ରହିଛି।ସେହିପରି ଶ୍ରେୟାସ ଆୟରଙ୍କ ନେତୃତ୍ବାଧିନ ଦିଲ୍ଲୀ କ୍ୟାପିଟାଲ୍‌ସ ୧୪ଟି ମ୍ୟାଚରୁ ୮ଟି ବିଜୟ ଓ ୬ଟି ପରାଜୟ ସହ ୧୬ ପଏଣ୍ଟ ପାଇ ୨ୟ ସ୍ଥାନରେ ରହିଛି।

Comments are closed.